ରିଜର୍ଭ ବ୍ୟାଙ୍କ ଡେପୁଟି ଗଭର୍ଣ୍ଣର ଓଡ଼ିଆ ଅଧିକାରୀ ଶିରୀଷ ଚନ୍ଦ୍ର ମୁର୍ମୁ

ଭୁବନେଶ୍ବର,30/09: ଓଡ଼ିଆ ଅଧିକାରୀ ଶିରୀଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଛି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ୍ କମିଟି ତାଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛି। ଏହି ପଦରେ ସେ ତିନି ବର୍ଷ କାର୍ଯ୍ୟ କରିବେ। ବର୍ତ୍ତମାନ ସେ ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ଆସନ୍ତା ଅକ୍ଟୋବର ୮ରେ ଡେପୁଟି ଗଭର୍ଣ୍ଣର ଏମ୍ ରାଜେଶ୍ବର ରାଓ ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନରେ ଶ୍ରୀ ମୁର୍ମୁ କାର୍ଯ୍ୟ କରିବେ। ଶିରୀଷଙ୍କ ଘର ହେଉଛି ମୟୂରଭଞ୍ଜ ଜିଲ୍ଲାର ବେତନଟୀରେ। ସେ ହେଉଛନ୍ତି ପୂର୍ବତନ ମହାଲେଖା ନିୟନ୍ତ୍ରକ ଓ ମହାସମୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଭାଇ। ଶ୍ରୀ ମୁର୍ମୁଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁସି ପ୍ରକଟ କରିବା ସହ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ରାଜ୍ୟ ପାଇଁ ଗର୍ବର ମୁହୂର୍ତ୍ତ ବୋଲି ସେ ଅଭିହିତ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲେଖିଛନ୍ତି ଯେ ଦେଶର କେନ୍ଦ୍ରୀୟ ବ୍ୟାଙ୍କର ଏକ ଗୁରୁତ୍ବପୂର୍ଣ୍ଣ ପଦରେ ଜଣେ ଓଡ଼ିଆଙ୍କୁ ଅବସ୍ଥାପିତ କରାଯିବା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ। ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ତାଙ୍କ ଅଭିଜ୍ଞତା ଓ ପ୍ରଦର୍ଶନ ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ସୁଦୃଢ଼ କରିବାରେ ସହାୟକ ହେବ ବୋଲି ତାଙ୍କର ବିଶ୍ବାସ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading
    ତ୍ରିରଙ୍ଗା ତଳେ ଏକତାର ବାର୍ତ୍ତା, ରାଇକିଆରେ ଦେଶପ୍ରେମର ଯାତ୍ରା”

    ରାଇକିଆ: ଭାରତ ସରକାର ଙ୍କ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଏବଂ ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଉଜ୍ଜୀବିତ କରି ରାଇକିଆରେ ଏକ ଭବ୍ୟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଛି। ରାଇକିଆ ବ୍ଲକ ଭାଜପା ପକ୍ଷରୁ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ