ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

ଅନୁଗୋଳ: ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ । ଦ୍ବିତୀୟ ଥର ପାଇଁ ଖୋଲିଲା ଗେଟ୍ । ଆଗାମୀ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବ୍ରାହ୍ମଣୀ ତଳେ ବସବାସ କରୁଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ରେଙ୍ଗାଳି ଜଳ ଭଣ୍ଡାରରୁ ଦ୍ବିତୀୟ ଥର ପାଇଁ ଛଡ଼ାଗଲା ଚଳିତ ବର୍ଷର ବର୍ଷା ଜଳ । ଚଳିତ ବର୍ଷର ଦ୍ବିତୀୟ ଥର ପାଇଁ ବର୍ଷା ଜଳ ଛଡା ଯାଇଛି । ଗୋଟିଏ ଗେଟ୍ ଦେଇ ଏହି ୭୧୫ କ୍ୟୁମେକ ଜଳ ନିଷ୍କାସନ ହେଉଛି । ରେଙ୍ଗାଲି ଜଳ ଭଣ୍ଡାରର ଜଳ ଧାରଣା କ୍ଷମତା ୧୨୩.୫୦ ମିଟର ରହିଥିବା ବେଳେ ବର୍ତ୍ତମାନ ୧୨୧.୮୫ ମିଟର ରହିଛି । ଆଗାମୀ ଲଘୁଚାପକୁ ଦୃଷ୍ଟିରେ ରଖି ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେଣୁ ବ୍ରାହ୍ମଣୀ ତଳ ମୁଣ୍ଡରେ ବସବାସ କରୁଥିବା ଗ୍ରାମବାସୀଙ୍କୁ ସତର୍କ ସୂଚନା ଦିଆଯାଇଛି । ଗାଈ ଗୋରୁ ଏବଂ ଗୃହପାଳିତ ପଶୁଙ୍କୁ ନଦୀପଠାକୁ ନ ଛାଡିବାକୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ କରିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ