ରେମୁଣା ତହସିଲଦାର ବିଦ୍ୟାଧର ପତି ଗିରଫ

ବାଲେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାପଡ଼ିଛି। ଭିଜିଲାନ୍ସ ଟିମ୍ ରେମୁଣା ତହସିଲ କାର୍ଯ୍ୟାଳୟ, ସୋର ଅଇଁରୀସ୍ଥିତ ପୈତୃକ ଘର, ଭୁବନେଶ୍ୱରର ୩ଟି ସ୍ଥାନ, ବାଲେଶ୍ବରର କୁରୁଡ଼ା ଓ ସୋରରେ ଚଢ଼ଉ ଜାରି ରଖିଛି। ଚଢ଼ଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମ୍ ହାତରେ ଲାଗିଛି।

ଭିଜିଲାନ୍ସ ମୁଖ୍ୟାଳୟରୁ ଏକ ଟିମ୍ ବାଲେଶ୍ବର ସର୍କିଟ୍ ହାଉସ୍ ନିକଟରୁ ତହସିଲଦାର ଶ୍ରୀ ପତିଙ୍କୁ ଧରି ତାଙ୍କ କାର୍ଯ୍ୟାଳୟକୁ ନେଇଥିଲେ। ସେଠାରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବାପରେ ତାଙ୍କୁ ମୁଖ୍ୟାଳୟକୁ ନିଆଯାଇଥିଲା। ତାଙ୍କ ନାଁରେ ଏକାଧିକ ପ୍ଲଟ୍, ଫ୍ଲାଟ୍ ଥିବା ଜାଣିବାକୁ ପାଇଥିଲେ। ହସ୍ତଗତ ସୂଚନା ଅନୁସାରେ, ଶ୍ରୀ ପତି ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ବର ଶୈଳଶ୍ରୀବିହାରରେ ୧୪୬୦ ବର୍ଗଫୁଟ୍ର ୩ ବିଏଚ୍କେ ଫ୍ଲାଟ୍, ରୁଦ୍ରପୁର ଅଞ୍ଚଳରେ ୧୪୨୨ ବର୍ଗଫୁଟର ୩ ବିଏଚ୍କେ ଫ୍ଲାଟ୍, ବାଲେଶ୍ବର ସହର କୁରୁଡ଼ାସ୍ଥିତ ସୁପ୍ରତୀକ ଆପାର୍ଟମେଣ୍ଟ୍ରେ ୧୫୫୪ ବର୍ଗଫୁଟ୍ର ଏକ ଫ୍ଲାଟ୍ ରହିଥିବା ବେଳେ ଉଭୟ ଭୁବନେଶ୍ବର ଓ ବାଲେଶ୍ବରରେ ୨ଟି ପ୍ଲଟ୍ ରହିଛି। ଏସବୁର ମୂଲ୍ୟ ଭିଜିଲାନ୍ସ ପକ୍ଷରୁ ଆକଳନ କରାଯାଉଛି। ସେହିପରି, ଶ୍ରୀ ପତିଙ୍କ ହୁଣ୍ଡାଇ-ଆଇ୨୦ କାର୍, ୨ଟି ଦୁଇଚକିଆ ସହ ବ୍ୟାଙ୍କ ଓ ଅନ୍ୟାନ୍ୟ ଜମାରାଶିର କାଗଜପତ୍ର ଭିଜିଲାନ୍ସ ଠାବ କରିଛି। ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ୟୁକୋ ବ୍ୟାଙ୍କରେ ତାଙ୍କ ପତ୍ନୀଙ୍କ ଏକ ବ୍ୟାଙ୍କ ଲକର୍ ରହିଛି। ଏହି ଚଢ଼ଉରେ ଭିଜିଲାନ୍ସର ୬ ଡିଏସ୍ପି, ୩ ଇନ୍ସପେକ୍ଟର ଓ ୧୦ ଏଏସ୍ଆଇ ସାମିଲ ଥିଲେ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ