ରେଳ ଧକ୍କାରେ ୪ ମୃତ

ମିର୍ଜାପୁର : ଭୁଲ ପାର୍ଶ୍ୱରେ ରେଳଗାଡ଼ିରୁ ଓହ୍ଲାଇ ଚାଲିଗଲା ୪ ଜଣଙ୍କ ଜୀବନ । ଆଜି ସକାଳେ ଉତ୍ତର ପ୍ରଦେଶର ମିର୍ଜାପୁରରେ ରେଳଗାଡ଼ି ଚଢ଼ି ଚାରିଜଣଙ୍କ ଜୀବନ ଚାଲିଯାଇଛି । ଚୁନାର ରେଳ ଷ୍ଟେସନ୍‌ରେ ସକାଳ ପ୍ରାୟ ୯:୩୦ ସମୟରେ ଚୋପନ-ପ୍ରୟାଗରାଜ ଏକ୍ସପ୍ରେସ୍‌ ୪ନଂ ପ୍ଲାଟଫର୍ମରେ ପହଞ୍ଚିଥିଲା । ଏହି ରେଳଗାଡ଼ିରେ ଆସୁଥିବା କିଛି ଯାତ୍ରୀ ସର୍ଟକର୍ଟ ନେବାକୁ ଫୁଟ୍ ଓଭରବ୍ରିଜ୍‌ରେ ନଯାଇ ପ୍ଳାଟ୍‌ଫର୍ମର ବିପରୀତ ପାର୍ଶ୍ଵରେ ଥିବା ଧାରଣାରେ ଓଲ୍ହାଇଥିଲେ । ସେହି ଧାରଣାରେ ଦ୍ରୁତ ଗତିରେ ଆସୁଥିବା କାଲକା-ହାୱଡ଼ା ଏକ୍ସପ୍ରେସ୍‌ ସେମାନଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ରେଳ ବିଭାଗ ସୂଚନା ଦେଇଛନ୍ତି । ରେଳ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୀଡିତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଏବଂ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ୟ୍ୟ ତ୍ୱରାନ୍ୱିତ କରିବା ସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading
    ସ୍ମିତ୍ ମଚ୍ଛାରଙ୍କ ସହ କଥା ହେଲେ ନେତନ୍ୟାହୁ

    ନୂଆଦିଲ୍ଲୀ:   ମୃତ୍ୟୁ ସହ ଲଢି ଫ୍ଲାଏଦୁବାଇ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ । ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ନେତନ୍ୟାହୁ । ଇସ୍ରାଏଲ, ଭାରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ