ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି ପଞ୍ଚମ ୱିକେଟ ସୁଦ୍ଧା ୭୬ ବଲରେ ୧୧୯ ରନର ଅପରାଜିତ ଭାଗୀଦାରି କରିଥିଲେ। ଦଳ ପାଇଁ, ସମୀର ରିଜଭି ୪୭ ବଲରେ ୫ ଚୌକା ଏବଂ ୪ ଛକା ସହାୟତାରେ ୭୦ ରନ ସଂଗ୍ରହ କରି ଚମତ୍କାର ଇନିଂସ ଖେଳିଥିଲେ। ସେପଟେ ଲକ୍ଷ୍ନୌ ପକ୍ଷରୁ ବୋଲିଂରେ ପ୍ରିନ୍ସ ଯାଦବ ସବୁଠାରୁ ସଫଳ ବୋଲର ଭାବେ ୨ଟି ୱିକେଟ ନେଇଥିଲେ।

ମ୍ୟାଚ୍ ରେ ଦିଲ୍ଲୀ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ଦଳ ୧୮.୪ ଓଭରରେ ୧୪୧ ରନ୍ କରି ଅଲଆଉଟ୍ ହୋଇଯାଇଥିଲା। ଦଳ ପକ୍ଷରୁ ଅବଦୁଲ ସମାଦ ୨୫ ବଲ୍ରେ ୩୬ ରନ୍ କରି ଶ୍ରେଷ୍ଠ ଇନିଂସ ଖେଳିଥିଲେ। ଏହି ସମୟରେ, ଦିଲ୍ଲୀ ପକ୍ଷରୁ ଲୁଙ୍ଗି ଏନଗିଡି ଏବଂ ଟି. ନଟରାଜନ୍ ସର୍ବାଧିକ ୩ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ।

  • Related Posts

    ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

    ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

    Continue reading
    ଲର୍ଡସରେ ଭାରତକୁ ହରାଇ ଇଂଲଣ୍ଡ ଜିତିଲା ଦିନିକିଆ ସିରିଜ୍

    ଲର୍ଡସ: ଲର୍ଡସର ଐତିହାସିକ ମଇଦାନରେ ରବିବାର ଏଭଳି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁଥିରେ ରନ୍ ର ବର୍ଷା ହୋଇଥିଲା, ନୂତନ ରେକର୍ଡ ସୃଷ୍ଟି ହୋଇଥିଲା ଏବଂ ଶେଷରେ ଇଂଲଣ୍ଡ ବିଜୟୀ ହୋଇଥିଲା। ରୋହିତ ଶର୍ମାଙ୍କ ଚମତ୍କାର ୧୩୮ ରନ୍, ବିରାଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ