ଲଗାଣ ବର୍ଷା: ଫୁଲିଛି ବୈତରଣୀ

ଯାଜପୁର: ଯାଜପୁରରେ ବନ୍ୟା ପରିସ୍ଥିତି। ଲଗାଣ ବର୍ଷାରେ ଫୁଲିଛି ବୈତରଣୀ ନଦୀ। କୋରେଇ ବ୍ଲକର ଗୌରପୁର, ରଣପୁର, ମୁକୁନ୍ଦପୁର, ବନ୍ଦାଳ, ମୁଳାପାଳ ପଞ୍ଚାୟତରେ ପଶିଛି ବନ୍ୟାଜଳ। ଅନେକ ଗାଁର ଲୋକେ ପାଣି ଘେରରେ ରହିଛନ୍ତି। ପାଣି ବଢୁଥିବାରୁ ଗାଁ ଗୁଡ଼ିକ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେବାରେ ଲାଗିଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ସହ ସୁଖିଲା ଓ ରନ୍ଧା ଖାଦ୍ୟର ବ୍ୟବସ୍ଥା କରାଯାଉଛି। ଜିଲ୍ଲା ପ୍ରଶାସନ ପକ୍ଷରୁ କୋରେଇ ବ୍ଲକ କର୍ମଚାରୀଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଇଛି।

ସେପଟେ ଭଦ୍ରକ ଛତାବର୍ ବଳିଘାଇରୁ ଯାଜପୁର ଟାଉନ ମୁଖ୍ୟ ରାସ୍ତା ଯାଏ ଉପରେ ୫ ଫୁଟ ଉଚ୍ଚର ପାଣି ଚାଲୁଛି। ଫଳରେ ଯାଜପୁରରୁ ଭଦ୍ରକକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଦଶରଥପୁର ବ୍ଲକ ଜୟନ୍ତରା ନିକଟରେ ବୈତରଣୀରେ ୬୦ ଫୁଟର ଘାଇ ସୃଷ୍ଟି ହୋଇଛି । ପାଖା ପାଖି ଶହେରୁ ଅଧିକ ଲୋକଙ୍କ ଘରେ ପାଣି ପଶିଛି। ଯାଜପୁର ବ୍ଲକର ୫ରୁ ଅଧିକ ଗାଁ ଜଳ ମଗ୍ନ ହୋଇଛି । ସେହିପରି ବୈତରଣୀ ନଦୀର ଶାଖା ବୁଢ଼ା ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଉଛି । ଦଶରଥପୁର ବ୍ଲକର ପ୍ରସିଦ୍ଧ ଶୈବ ପୀଠ ସିଦ୍ଧେଶ୍ବର ମନ୍ଦିରରେ ବନ୍ୟା ପାଣି ପଶିଛି ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ