ଲଘୁଚାପ ଅବପାତରେ ପରିଣତ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି ଦକ୍ଷିଣ-ପୂର୍ବ ଏବଂ ଓଡ଼ିଶାର ବାଲେଶ୍ୱରଠାରୁ ପ୍ରାୟ ୧୮୦ କିମି ଉତ୍ତର-ପୂର୍ବରେ ରହିଛି।ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତଟି ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହା ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଅବପାତର ପ୍ରଭାବରେ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି ରହିପାରେ । ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।ପାଣିପାଗ ବିଭାଗର ସୂଚନା ଅନୁସାରେ, ସୋମବାର ସାରା ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ