ଲଘୁଚାପ : କାଲି ପର୍ୟ୍ୟନ୍ତ କାଚିବ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ କାଲି ପର୍ୟ୍ୟନ୍ତ କାଚିବ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ସେପଟେ ବକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟରେ ସକ୍ରିୟ ରହିଛି । ଯାହା ଫଳାରେ ବିଭିନ୍ନ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ଘଡ଼ଘଡ଼ି ବର୍ଷା ହୋଇଛି। ଝାରସୁଗୁଡ଼ା, ଯାଜପୁର, ଦେବଗଡ଼, କେନ୍ଦୁଝର, ବାଳେଶ୍ବର, ସମ୍ବଲପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଭଦ୍ରକ, ଅନୁଗୁଳ, ମୟୁରଭଞ୍ଜ, ନବରଙ୍ଗପୁର, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛଇ । ଆଜି ଜଗତସିଂହପୁର ,କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ସୋନପୁର , ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟେ କିମ୍ବା ଦୁଇଟିକୁ ସ୍ଥାନରେ ବର୍ଷା ହେବେ । ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡ଼ଘଡ଼ି ଜନିତ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ବିଭାଗ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ