ଲଘୁଚାପ: ୨୭ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ଶୁକ୍ରବାର ସନ୍ଧ୍ୟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ଘଣ୍ଟା ପର୍ୟ୍ୟନ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ଏଥିସହିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ।

୨୫ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୭ ପର୍ୟ୍ୟନ୍ତ ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ