ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କରିବା ଦୁର୍ଭାଗ୍ୟଜନକ : ଆଇନମନ୍ତ୍ରୀ

ଭୁବନେଶ୍ଵର: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଲିଙ୍ଗରାଜ। ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ସୋମବାର ସନ୍ଧ୍ୟାରୁ ନୀତିକାନ୍ତି ବନ୍ଦ ରହିଛି। ତେବେ ଏହି ପ୍ରସଙ୍ଗରେ ଆଜି ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଆଜି ବୈଠକରେ ନିଶ୍ଚିତ ନିର୍ୟ୍ୟାସ ବାହାରିବ। ଦୁଇ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ କରିବା ଅତି ଦୁର୍ଭାଗ୍ୟଜନକ କଥା। ଯଦି ସେବାୟତ ନିଯୋଗଙ୍କ ସମସ୍ୟା ରହିଛି , ତେବେ ଆଲୋଚନା କରିବାର ଆବଶ୍ୟକତା ରହିଛି। ଆଲୋଚନା ନ କରି ମହାପ୍ରଭୁଙ୍କ ନୀତି ବନ୍ଦ କରିବା ଠିକ୍ ନୁହେଁ। ତେଣୁ ତର୍ଜମା ପରେ ଆବଶ୍ୟକ ପଡିଲେ କଠୋର କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ