ଲେଉଟିଲା ଚମେଲୀ ଓଝା ରାଜନୀତି

ଭୁବନେଶ୍ୱର : କେନ୍ଦ୍ରାପଡା ଜିଲ୍ଲାର ବହୁଚର୍ଚ୍ଚିତ ତିଖିରି ସରପଞ୍ଚ ଚମେଲୀ ଓଝାଙ୍କ ଅଭିଯୋଗକ୍ରମେ ଜାତୀୟ ମାନବାଧିକାର କମିଶନ କଠୋର ଆଭିମୁଖ୍ୟ ଗ୍ରହଣ କରି ସରଜମିନ୍‌ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କମିଶନଙ୍କ ୩ ଜଣିଆ ତଦନ୍ତକାରୀ ଟିମ୍‌ ଆସନ୍ତା ଅକ୍ଟୋବର ୫ରେ କେନ୍ଦ୍ରାପଡା ଗସ୍ତରେ ଆସି ୯ ପର୍ଯ୍ୟନ୍ତ ସରଜମିନ୍‌ ତଦନ୍ତ କରିବେ । ଏନେଇ କେନ୍ଦ୍ରାପଡା ଜିଲ୍ଲାପାଳ ଓ ପୁଲିସ ଏସପିଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନଙ୍କୁ ଅବଗତ କରାଯାଇଛି ।

ସୂଚନା ଅନୁସାରେ, ୨୦୨୬ ଜୁନ୍‌ ୧୧ରେ ମହାକାଳପଡା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ଓ ଏହାସହ ଜଡିତ ଥାନାରେ ରୁଜୁ ୩ଟି ମାମଲାରେ ଏନଏଚଆରସିଙ୍କ ଟିମ୍‌ ତଦନ୍ତ କରିବେ ବୋଲି ଜଣାପଡିଛି । ଏନଏଚଆରସିର ବରିଷ୍ଠ ଏସପି ଇସାମ ସିଂହ, ଗୁଗନ ରାମ ଓ ଶଶୀବାଲା ଶର୍ମାଙ୍କୁ ନେଇ ଗଠିତ ତଦନ୍ତକାରୀ ଟିମ୍‌ ଚଳିତମାସ ୫ ତାରିଖ ଅପରାହ୍ନ ୩ଟା ୧୦ରେ ଇଣ୍ଡିଗୋ ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ସେଠାରୁ ସିଧାସଳଖ କେନ୍ଦ୍ରାପଡା ଯିବେ । ୯ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏହି ୩ଜଣିଆ ଟିମ୍‌ କେନ୍ଦ୍ରାପଡାରେ ରହି ଚମେଲି ଓଝାଙ୍କ ସହ ଜଡିତ ମାମଲାର ସରଜମିନ୍‌ ତଦନ୍ତ କରିବେ । ୨୦୨୬ ଜୁନ ୧୧ ତାରିଖରେ ମହାକାଳପଡା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ଓ ଏହା ସହ ଜଡିତ ଥାନାରେ ରୁଜୁ ୩ଟି ମାମଲାରେ ସମ୍ପୃକ୍ତ ସମସ୍ତ ପକ୍ଷଙ୍କ ବୟାନ ରେକର୍ଡ କରାଯିବ ବୋଲି ଏନଏଚଆରସିଙ୍କ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାପାଳ ଓ ଏସପିଙ୍କୁ ଅବଗତ କରାଯାଇଛି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    କଲେଜ ନିର୍ବାଚନ : ସୋମବାର ସୁଦ୍ଧା କାର୍ଯ୍ୟସୂଚୀ

    ଭୁବନେଶ୍ୱର, ୩ ।୧୦ : ଖୁବ୍‌ଶୀଘ୍ର କଲେଜ ନିର୍ବାଚନ ତାରିଖ ଘୋଷଣା କରାଯିବ । ଆଜି ତାରିଖ ଘୋଷଣା ହେବବୋଲି ଅନୁମାନ କରାଯାଉଥିଲା । ତେବେ ରାଜନୀତିକ କାରଣବଶତଃ ତାରିଖ ଘୋଷଣା ହୋଇପାରିନାହିଁ । ରବିବାର କିମ୍ବା ସୋମବାର କଲେଜ ନିର୍ବାଚନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ