ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

କଟକ : ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକ ସୋମବାର ଶପଥ ନେଇଛନ୍ତି। ହାଇକୋର୍ଟ ପୁରୁଣା ବିଲ୍‌ଡିଂର ନୂଆ କନଫରେସନ୍ସ ହଲ୍‌ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ତାଙ୍କୁ ଶପଥ ପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଜଷ୍ଟିସ ପାଠକଙ୍କ ନିଯୁକ୍ତି ସଂକ୍ରାନ୍ତ ୱାରେଣ୍ଟ ପାଠ କରିଥିଲେ। ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ୟ୍ୟ, ଡେପୁଟି ସଲିସିଟର ଜେନେରାଲ ପ୍ରସନ୍ନ ପାଢ଼ୀ, ହାଇକୋର୍ଟ ବାର୍‌ ଆସୋସିଏସନ୍‌ର କର୍ମକର୍ତ୍ତା, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ରେଜିଷ୍ଟ୍ରାର ଓ ବିଚାର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ ଗୌହାଟୀ ହାଇକୋର୍ଟରୁ ଜଷ୍ଟିସ ପାଠକଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ମେ ୨୬ରେ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ। ଗତ ସୋମବାର ଜଷ୍ଟିସ ପାଠକଙ୍କ ନିଯୁକ୍ତି ସଂକ୍ରାନ୍ତ ୱାରେଣ୍ଟ ରାଷ୍ଟ୍ରପତି ଭବନରୁ ପ୍ରକାଶ ପାଇଥିଲା। ଜଷ୍ଟିସ୍‌ ପାଠକ ୧୯୬୫, ଅଗଷ୍ଟ ୨୮ରେ ଗୌହାଟୀଠାରେ ଜନ୍ମଗ୍ରହଣ କରିଥିଲେ। ଗୌହାଟୀ ବିଶ୍ବବିଦ୍ୟାଳୟରୁ ଏଲ୍‌.ଏଲ୍‌.ବି. ପାସ୍ କରିବା ପରେ ୧୯୯୦ରେ ସେ ଆଇନଜୀବୀ ଭାବେ ‌କାର୍ୟ୍ୟ ଆରମ୍ଭ କରିଥିଲେ। ସେ ଗୌହାଟୀ ହାଇକୋର୍ଟ ଓ ଆସାମ ସରକାରଙ୍କ ଶିକ୍ଷା ବିଭାଗର ଷ୍ଟାଣ୍ଡିଂ କାଉନସିଲ୍‌ ଭାବେ କାର୍ୟ୍ୟ କରୁଥିବା ବେଳେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୦୪ରୁ ବିଭାଜନ ପର୍ୟ୍ୟନ୍ତ ସେ ତ୍ରିପୁରା ରାଜ୍ୟର ଷ୍ଟାଣ୍ଡିଂ କାଉନସିଲ୍‌ରେ ଥିଲେ। ସେ ଆସାମ ଲ’ କମିସନ୍‌ର ସଦସ୍ୟ ଓ ଇଣ୍ଡିଆନ୍ ଲ’ ଇନଷ୍ଟିଚ୍ୟୁଟ୍‌ର ସଦସ୍ୟ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ। ୨୦୧୩ ମେ’ ୨୨ରେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ସେ ଶପଥ ଗ୍ରହଣ କରିଥିଲେ। ୨୦୧୮ ନଭେମ୍ବର ୧୨ରେ ସେ ଗୌହାଟୀ ହାଇକୋର୍ଟର ସ୍ଥାୟୀ ବିଚାରପତି ‌ହୋଇଥିଲେ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ