ଶପଥ ଗ୍ରହଣ କଲେ ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ

ଭୁବନେଶ୍ୱର: ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତ ଭାବେ ପ୍ରାଣବିନ୍ଦୁ ଆଚାର୍ୟ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ। ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading
    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ