ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖନ୍ନା

ନୂଆଦିଲ୍ଲୀ:  ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖନ୍ନା। ସେ ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ଥିଲେ।

ଏହାପୂର୍ବରୁ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ ଅବସର ନେଇଥିଲେ। ଜଷ୍ଟିସ ଖନ୍ନାଙ୍କ ନାମ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଦ୍ୱାରା ସୁପାରିଶ କରାଯାଇଥିଲା। ନଭେମ୍ବର ୧୦ରେ ୬୫ ବର୍ଷ ବୟସରେ ଚନ୍ଦ୍ରଚୁଡ଼ ଏହି ପଦବୀରୁ ଅବସର ନେଇଥିଲେ। ଏହାପରେ ଜଷ୍ଟିସ ସଞ୍ଜୀବ ଖନ୍ନାଙ୍କୁ ସିଜେଆଇ ପଦ ସମ୍ଭାଳିଛନ୍ତି। ତେବେ ତାଙ୍କ କାର୍ୟ୍ୟକାଳ ମାତ୍ର ୬ ମାସ ରହିବ। ଆସନ୍ତା ବର୍ଷ ମେ’ ୧୩ରେ ତାଙ୍କର କାର୍ୟ୍ୟକାଳ ସରିବ। ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ। ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଟିଂ କାଉନସେନ ଭାବେ ସେ ୨୦୦୪ ପର୍ୟ୍ୟନ୍ତ କାର୍ୟ୍ୟ କରିଥିଲେ।

ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ୟ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ। ୨୦୦୬ରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ।

  • Related Posts

    ଆମ୍ବୁଲାନ୍ସ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

    ନୂଆଦିଲ୍ଲୀ : ରବିବାର ସକାଳେ ଉତ୍ତର ପ୍ରଦେଶର ସୁଲତାନପୁରର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଜଣେ ସୈନିକଙ୍କ ପାର୍ଥିବ ଶରୀର ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାରି ଜଣଙ୍କର ଜୀବନ ଚାଲି ଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସୂଚନା ସଂଗ୍ରହ…

    Continue reading
    ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

    ନୂଆଦିଲ୍ଲୀ: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍ର ସୁମିଠାରେ ଥିବା ଉକ୍ତ ପ୍ଲାଣ୍ଟର ମୁଖ୍ୟ ବିଲ୍ଡିଂ କ୍ଷତିଗ୍ରସ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ