ଶରଦ ପାୱାରଙ୍କ ଫଟୋ ବ୍ୟବହାର କରିପାରିବେନି ଅଜିତ ପାୱାର ଗୋଷ୍ଠୀ

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ଆସନ୍ତା ସପ୍ତାହରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କ ନେତୃତ୍ୱାଧୀନ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିକୁ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଚାର ସମୟରେ ପାର୍ଟି ପ୍ରତିଷ୍ଠାତା ଶରଦ ପାୱାରଙ୍କ ଫଟୋ କିମ୍ବା ଭିଡିଓ ବ୍ୟବହାର ନକରିବାକୁ ଅଜିତ ପାୱାରଙ୍କ ଗୋଷ୍ଠୀକୁ ବୁଧବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅବିଭାଜିତ ଏନସିପିର ‘ଘଡ଼ି’ ଚିହ୍ନ ଉପରେ ଶୁଣାଣି ସମୟରେ ଜଷ୍ଟିସ ସୂର୍ୟ୍ୟକାନ୍ତ ଏବଂ ଜଷ୍ଟିସ ଉଜ୍ଜଳ ଭୂୟାଁଙ୍କ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।
ସୁପ୍ରିମକୋର୍ଟ କହିଛନ୍ତି ଯେ କୋର୍ଟକୁ ଭୁଲିଯାଅ, ନିର୍ବାଚନରେ ଧ୍ୟାନ ଦିଅ। ଅଦାଲତକୁ ତୁଚ୍ଛ ପ୍ରସଙ୍ଗ ଆଣ ନାହିଁ। ଏବେ ନିର୍ବାଚନରେ ଲୋକଙ୍କୁ ସେମାନଙ୍କ ନିଷ୍ପତ୍ତି ନେବାକୁ ଦିଅ। ‘ଘଡ଼ି’ ଚିହ୍ନ ବ୍ୟବହାରକୁ ନେଇ ଅଜିତ ପାୱାର ଶିବିରରୁ ଦିଆଯାଇଥିବା ସତ୍ୟପାଠକୁ ମଧ୍ୟ ସୁପ୍ରିମକୋର୍ଟ ରେକର୍ଡକୁ ନେଇଛନ୍ତି। ସୁପ୍ରିମକୋର୍ଟ ଅଜିତ ପାୱାରଙ୍କୁ କହିଛନ୍ତି ଯେ, ଥରେ ଆପଣ ଶରଦ ପାୱାରଙ୍କଠାରୁ ଅଲଗା ହୋଇଗଲେ, ଏବେ ତାଙ୍କ ନାମ, ଫଟୋ କିମ୍ବା ଭିଡିଓ ବ୍ୟବହାର କରିବା ବନ୍ଦ କରନ୍ତୁ। ବର୍ତ୍ତମାନ ନିଜ ଗୋଡ଼ରେ ଛିଡ଼ା ହେବା ଶିଖନ୍ତୁ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ