ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ମିଳିତ ଆନୁକୂଲ୍ୟରେ ଏହି ମାଲ୍ୟାର୍ପଣ କାର୍ୟ୍ୟକ୍ରମ ଆୟୋଜିତ ହୋଇଛି । ଓଡିଶା ବିଧାନସଭା ପାର୍ଶ୍ୱ ଗେଟ ନଂ-୧ ସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମାଲ୍ୟାର୍ପଣ ପୂର୍ବକ ଶହୀଦଙ୍କ ସ୍ମୃତିଚାରଣ କରିଛନ୍ତି । ଏଥିସହ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ଏଜି ଛକସ୍ଥିତ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି ।

ଉକ୍ତ ମାଲ୍ୟାର୍ପଣ କାର୍ୟ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂ,ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା, ପ୍ରଦର୍ଶନୀ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ,ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦର ଶ୍ରୀ ଜଟାଧାରୀ ମିଶ୍ର, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ । ପରିଷଦ ପକ୍ଷରୁ ମଧ୍ୟ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ