ଶାଳିନୀ ପଣ୍ଡିତ କେନ୍ଦ୍ର ଅର୍ଥ ସେବା ଯୁଗ୍ମ ସଚିବ ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ତଥା ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ କେନ୍ଦ୍ର ଅର୍ଥ ସେବା ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି । ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟିର ଅନୁମୋଦନ ପରେ ଆଜି ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

ସୂଚନା ଅନୁସାରେ, ଶ୍ରୀମତୀ ପଣ୍ଡିତଙ୍କୁ କେନ୍ଦ୍ର ଅର୍ଥ ସେବା ଯୁଗ୍ମ ସଚିବ ଭାବେ ୫ବର୍ଷ ଅବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ନିଯୁକ୍ତି ମିଳିଛି । ଶ୍ରୀମତୀ ପଣ୍ଡିତ ଏବେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ମିଶନ ଶକ୍ତି ବିଭାଗର ସଚିବ ଭାବେ କାର୍ୟ୍ୟରତ ଅଛନ୍ତି । ସେ ଦୀର୍ଘବର୍ଷ ଧରି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ କାର୍ୟ୍ୟ କରିଛନ୍ତି । ବିଶେଷକରି କରୋନା ସମୟରେ ନିଜର ଦକ୍ଷତା ପ୍ରତିପାଦନ କରି ସେ ପ୍ରଶଂସିତ ହୋଇଥିଲେ । ୨୦୧୫ ନଭେମ୍ବରରେ ସେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ମିଶନ ନିର୍ଦ୍ଦେଶିକା ଭାବେ ଯୋଗ ଦେଇ ପରେ ସେହି ବିଭାଗରେ ୨୦୨୪ ଅଗଷ୍ଟ ମାସ ପର୍ୟ୍ୟନ୍ତ ସଚିବ ପଦରେ ମଧ୍ୟ କାର୍ୟ୍ୟ କରିଥିଲେ । ରାଜ୍ୟରେ ନୂଆ ସରକାର ଆସିବା ପରେ ତାଙ୍କୁ ଗତବର୍ଷ ଅଗଷ୍ଟ ମାସରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ ବଦଳି କରାଯାଇଥିଲା ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ