ଶିବୁ ସୋରେନଙ୍କୁ ଭାରତ ରତ୍ନ ପାଇଁ ସୁପାରିସ

ରାଞ୍ଚି: ଜେଏମଏମ (ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା) ପ୍ରତିଷ୍ଠାତା ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ପୁରସ୍କାର ‘ଭାରତ ରତ୍ନ’ ପ୍ରଦାନ କରିବାକୁ ସୁପାରିସ କରାଯାଇଛି। ଏହି ମର୍ମରେ ଏକ ପ୍ରସ୍ତାବ ମଧ୍ୟ ଝାଡ଼ଖଣ୍ଡ ବିଧାନସଭାରେ ଗୃହୀତ ହୋଇଥିବା ଜଣାପଡିଛି। ଗୁରୁବାର ପରିବହନ ମନ୍ତ୍ରୀ ଦୀପକ ବିରୁଆ ଗୃହରେ ଏହି ପ୍ରସ୍ତାବ ଆଗତ କରିଥିଲେ। ଏହି ପ୍ରସ୍ତାବ ବାଚନିକ ଭୋଟରେ ଗୃହୀତ ହୋଇଛି। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ମଧ୍ୟ ଏହି ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ତେବେ ଝାଡ଼ଖଣ୍ଡ ଆନ୍ଦୋଳନରେ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇଥିବା ଅନ୍ୟ ଦୁଇ ନେତା ମାରାଙ୍ଗ ଗୋମ୍‌କେ ଜୟପାଲ ସିଂହ ମୁଣ୍ଡା ଓ ବିନୋଦ ବିହାରୀ ମାହାତୋଙ୍କୁ ମଧ୍ୟ ଭାରତ ରତ୍ନ ପାଇଁ ସୁପାରିସ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି।

ଶିବୁ ୧୯୭୩ରେ ଜେଏମଏମ ପ୍ରତିଷ୍ଠା କରିଥିଲେ। ୧୯୮୦ରୁ ୨୦୧୯ ପର୍ୟ୍ୟନ୍ତ ସେ ଡୁମ୍‌କା ଆସନରୁ ତିନିଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୨୦ରୁ ମୃତ୍ୟୁ ପର୍ୟ୍ୟନ୍ତ ସେ ରାଜ୍ୟସଭା ସଦସ୍ୟ ରହିଥିଲେ। ମନମୋହନ ସିଂହଙ୍କ ପ୍ରଧାନମନ୍ତ୍ରିତ୍ବ କାଳରେ ଶିବୁ କୋଇଲା ମନ୍ତ୍ରୀ ଭାବେ ମଧ୍ୟ କାର୍ୟ୍ୟ କରିସାରିଛନ୍ତି। ୨୦୦୫ରୁ ୨୦୧୦ ପର୍ୟ୍ୟନ୍ତ ସେ ତିନି ଥର ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ବ ତୁଲାଇଥିଲେ। ୨୦୨୫ ଅଗଷ୍ଟ ୪ରେ ତାଙ୍କର ପରଲୋକ ଘଟିଛି।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ