ଶୀତ ପ୍ରକୋପ ବଢ଼ିବ

ଭୁବନେଶ୍ୱର: ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଛି। ଆସନ୍ତା ୧୦ତାରିଖ ପର୍ୟ୍ୟନ୍ତ ଏହିଭଳି ଭାବେ ଶୀତ ପ୍ରକୋପ ଲାଗି ରହିବ। ୧୧ ତାରିଖରୁ ସାରା ରାଜ୍ୟରେ ଶୀତ ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଭୁବନେଶ୍ବର ପାଣିପାଗ ବିଜ୍ଞ‌ାନ କେନ୍ଦ୍ରର ସୂଚନାନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ୯ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ଡିଗ୍ରୀକୁ ଖସିଛି। ଫୁଲବାଣୀ ଏବଂ ଦାରିଙ୍ଗବାଡିରେ ରାତି ତାପମାତ୍ରା ୧୫ଡିଗ୍ରୀ ଥିବାବେଳେ କୋରାପୁଟ ୧୫.୪, ଝାରସୁଗୁଡ଼ା ୧୭.୮, କେନ୍ଦୁଝର ୧୭.୪, ସୁନ୍ଦରଗଡ଼ ୧୯, ଅନୁଗୋଳ ୧୮, ରାଉରକେଲା ୧୮.୨, ବାରିପଦା ୧୯.୮, ଭୁବନେଶ୍ବର ୨୦.୮ ଏବଂ କଟକରେ ୨୦.୨ ଡିଗ୍ରୀ ରହିଛି। ଆସନ୍ତା ୧୦ତାରିଖ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବ। ଆଗାମୀ ସପ୍ତାହେ ପର୍ୟ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ