
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି। ଲୋକଙ୍କ ସରକାରରେ ମହନୀୟ ହେବ ଲୋକ ପରମ୍ପରା, ଗରିମାମୟ ହେବ ଓଡ଼ିଆ ଅସ୍ମିତା।








