ଶ୍ବେତପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ବର: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବ୍ୟାଡମିଣ୍ଟନ ତାରକା ଶ୍ବେତପର୍ଣ୍ଣା ପଣ୍ଡା ୨୦୨୫ ମସିହାର ସମ୍ମାନଜନକ ୩୩ତମ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏକଲବ୍ୟ ପୁରସ୍କାର ଜୁରି କମିଟି ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ଏକ ବୈଠକରେ ସର୍ବସମ୍ମତିକ୍ରମେ ଏହି ନିଷ୍ପତ୍ତି ନେଇଛି। ପୁରସ୍କାରର ଅଂଶସ୍ବରୂପ ଶ୍ବେତପର୍ଣ୍ଣାଙ୍କୁ ୭ ଲକ୍ଷ ଟଙ୍କା ନଗଦ ପୁରସ୍କାର ଏବଂ ଏକ ଟ୍ରଫି ପ୍ରଦାନ କରାଯିବ। ଏଥିସହ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଏବଂ ଟେନିସ୍‌ ଖେଳାଳି ଆହାନଙ୍କୁ ୧.୫ ଲକ୍ଷ ଟଙ୍କା ଲେଖାଏଁ ରାଶି ଓ ମାନପତ୍ର ପ୍ରଦାନ କରାଯିବ। ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ୟ୍ୟକ୍ରମରେ ଏହି ପୁରସ୍କାର ଦିଆଯିବ।
ଭାରତର ପ୍ରମୁଖ ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ୍‌ ଟ୍ରଷ୍ଟ (ଇମ୍ପାକ୍ଟ) ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଜାତୀୟସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର୍ୟ୍ୟାଦାଜନକ କ୍ରୀଡ଼ା ସମ୍ମାନ ରୂପେ ଜଣାଶୁଣା। କ୍ରୀଡ଼ା କ୍ଷେତ୍ରରେ ବିଗତ ଦୁଇ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ