ପୁରୀ,03।09: ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଶେଷ ହୋଇଛି ଓ ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍କମିଟି ଗଠନ ହୋଇଛି ବୋଲି ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ୧୪ ସବ୍କମିଟି ମଧ୍ୟରୁ ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍ ଭଳି ୪ଟି ଷ୍ଟାଚ୍ୟୁଟାରୀ ସବ୍କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍କମିଟି ଗଠନ କରାଯାଇଛି ।
ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।
ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ
୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…



