ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ରାଖି ପିନ୍ଧିବେ ଚତୁଦ୍ଧାମୂର୍ତ୍ତି। ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିବେ ଭଉଣୀ ସୁଭଦ୍ରା । ଦୁଇ ଭାଇ ପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧି ନିଜ ପାଇଁ ସୁରକ୍ଷା ଲୋଡ଼ିବେ ଦେବୀ ସୁଭଦ୍ରା। ଭାଇ ଭଉଣୀଙ୍କ ଥିବା ଏହି ସମ୍ପର୍କ ଡୋରି ନିଦର୍ଶନକୁ ଗହ୍ମାପୂର୍ଣ୍ଣମୀରେ ଦର୍ଶନ କରି ନିଜକୁ ଧନ୍ୟ ମଣିବେ ଭକ୍ତ ।

ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ । ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରିବେ।

ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ। ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ। ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ। ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ। ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ