ଷଷ୍ଠ ପିଲାଙ୍କୁ ତ୍ରିଭାଷା ନୀତିରୁ ବାଦ୍‌ ଦିଅ:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ତ୍ରିଭାଷା ନୀତିକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦେଶ ଦେଇଛନ୍ତି। ନିର୍ଦେଶରେ ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦେବାକୁ କୁହାଯାଇଛି। ସପ୍ତମ ଶ୍ରେଣୀ ପିଲାଙ୍କୁ ଚଳିତବର୍ଷ ପାଇଁ ତ୍ରିଭାଷା ଶିକ୍ଷା ନୀତିରୁ ଯେପରି ଆଶ୍ବସ୍ତି ଦିଆଯାଇଛି ଅନୁରୂପ ଆଶ୍ବସ୍ତି ଷଷ୍ଠ ଶ୍ରେଣୀ ପିଲାଙ୍କୁ ପ୍ରଦାନ କରିବାକୁ କୁହାଯାଇଛି। ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଉପରେ ହଠାତ୍ ପାଠପଢ଼ାର ବୋଝ ନ ଲଦି ଏହି ନୂଆ ଭାଷା ନୀତିକୁ ଆସନ୍ତା ଶିକ୍ଷାବର୍ଷ ଅର୍ଥାତ୍‌ ୨୦୨୭ ଏପ୍ରିଲରୁ କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ସିବିଏସ୍‌ଇର ତ୍ରିଭାଷା ଶିକ୍ଷା ନୀତିକୁ ନେଇ ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସେମାନେ ଅଭିଯୋଗ କରିଥିଲେ ଭାଷା ଶିକ୍ଷା ନୀତିରେ ହଠାତ୍ ପରିବର୍ତ୍ତନ ଦ୍ବାରା ପିଲାମାନଙ୍କ ଉପରେ ଚାପ ପଡୁଛି। ଏହା ସହିତ ଶିକ୍ଷା ଗ୍ରହଣ କରିବା ପାଇଁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ଅଭାବ ରହିଛି। ପୂର୍ବରୁ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏହି ନୀତିରେ ରିଆତି ଦିଆଯାଇଥିଲା। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଓ ବିଚାରପତି ଭି. ମୋହନାଙ୍କୁ ନେଇ ଗଠିତ ଖଣ୍ଡପୀଠ ବର୍ତ୍ତମାନର ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ସେହି ସମାନ ସୁବିଧା ଦେବାକୁ ନିର୍ଦେଶ ଦେଇଛନ୍ତି।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ