ସଂଗଠନକୁ ଶକ୍ତିଶାଳୀ କରି ତଳ ସ୍ତରରେ ପହଁଚାଇବା ଆମର ଲକ୍ଷ୍ୟ: ଅଭିଳାଷ ପଣ୍ଡା

ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ବିଜେପି ସରକାରର ୧୨ ବର୍ଷ ଏବଂ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟରେ ବିଜେପି ସରକାର ୨ ବର୍ଷ ସଫଳତାର ସହ ପୂର୍ତି କରିଛି । ଆମ ଯୁବ କାର୍ଯ୍ୟକର୍ତାମାନଙ୍କ ଅଦମ୍ୟ ବିଶ୍ୱାସ ଓ କଠିନ ପରିଶ୍ରମ ହିଁ ୨୦୩୬ ସୁଦ୍ଧା ରାଜ୍ୟକୁ ‘ସମୃଦ୍ଧ ଓଡିଶା’ ଗଠନ ଦିଗରେ ପ୍ରମୁଖ ଭୁମିକା ଗ୍ରହଣ କରିବ । ଆଗାମୀ ଦିନରେ ଓଡିଶାକୁ ଉଭୟ ସରକାରଙ୍କ ସଫଳତା, ଜନକଲ୍ୟାଣ ଯୋଜନାଗୁଡିକୁ ଜନ ଜନରେ ପହଂଚାଇବା ସହ ସଂଗଠନକୁ ଆହୁରି ଅଧିକ ସୁଦୃଢ କରିବାକୁ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଭାରତୀୟ ଜନତା ଯୁବ ମୋର୍ଚ୍ଚାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆହ୍ୱାନ ଦେଇଛନ୍ତି ।

ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସାଧାରଣ ସଂପାଦକ ଶାରଦା ପ୍ରସାଦ ଶତପଥୀ, ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ସମସ୍ତ ନୂତନ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କୁ ନିଜର ଦାୟିତ୍ୱ ସମ୍ପର୍କରେ ଅବଗତ କରାଇବା ସହ ସଫଳତା ପାଇଁ ଗୁରୁମନ୍ତ୍ର ଦେଇଛନ୍ତି ।
ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ପଣ୍ଡା କହିଛନ୍ତି ଯେ; ରାଷ୍ଟ୍ର ହେଉଛି ସର୍ବୋପରୀ । ସଂଗଠନକୁ ଶକ୍ତିଶାଳୀ କରି ତଳ ସ୍ତରରେ ପହଁଚାଇବା ଆମର ଲକ୍ଷ୍ୟ । ଭାରତୀୟ ଜନତା ପାର୍ଟିର ସଫଳତା, କାର୍ଯ୍ୟକର୍ତାଙ୍କ ତ୍ୟାଗ, ତପସ୍ୟା ଓ ବଳିଦାନକୁ ପାଥେୟ କରି ସମାଜର ତଳ ଶ୍ରେଣୀର ଥିବା ଲୋକମାନଙ୍କ ପାଇଁ ବିଜେପି ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପହଁଚାଇବା ପାଇଁ ଯୁବମୋର୍ଚ୍ଚା କାର୍ଯ୍ୟକର୍ତାମାନେ କାର୍ଯ୍ୟ କରୁଛନ୍ତି । ବିଜେପି ସରକାରରେ ଯୁବବର୍ଗଙ୍କ ବିକାଶ ପାଇଁ ଶିଳ୍ପାୟନ, ଦକ୍ଷତା ବିକାଶ, ଷ୍ଟାର୍ଟଅପ୍‌କୁ ଗୁରୁତ୍ୱ ଦିଆଯାଉଛି । ଅନ୍ୟ ପଟେ ଇତିହାସକୁ ସ୍ମରଣ କରି କଂଗ୍ରେସର କଳା ଇତିହାସ, ସମ୍ବିଧାନର ହତ୍ୟା, ଜରୁରୀକାଳୀନର କ୍ରୁରତା ଓ ବର୍ବରତା ଆଦି ବିଷୟକୁ ବ୍ୟାପକ ଭାବରେ ନୂତନ ପିଢୀକୁ ଅବଗତ କରିବାକୁ ଶ୍ରୀ ପଣ୍ଡା ଗୁରୁତ୍ୱ ଦେଇଛନ୍ତି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ସାଂପ୍ରତିକ, ରାଜନୈତିକ ଓ ସାମାଜିକ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଗଲା ବୋଲି ଶ୍ରୀ ପଣ୍ଡା ସୁଚନା ଦେଇଛନ୍ତି ।
ଏହି ବୈଠକରେ ରାଜ୍ୟ ଯୁବମୋର୍ଚ୍ଚା ସାଧାରଣ ସଂପାଦକ ଶ୍ରୀ ମାନସ କୁମାର ସାହୁ, ଶ୍ରୀ ଶକ୍ତି ରଞ୍ଜନ ଶତପଥୀ ଓ ଶ୍ରୀ ରତନ ବାଣୀକଙ୍କ ସମେତ ଯୁବମୋର୍ଚ୍ଚାର ସମସ୍ତ ପଦାଧିକାରୀ, ଜିଲ୍ଲା ସଭାପତି ଏବଂ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେଇଥିଲେ ।

  • Related Posts

    assembly odisha ଖୁବ୍‌ଶୀଘ୍ର ବିଧାନସଭା ମୌସୁମି ଅଧିବେଶନ; ସରକାରଙ୍କୁ ସଣ୍ଢୁଆଶୀ ଆକ୍ରମଣ ପାଇଁ ବିରୋଧୀଙ୍କ ପାଖରେ ଅନେକ ପ୍ରସଙ୍ଗ

    ଭୁବନେଶ୍ବର: ଖୁବ୍‌ଶୀଘ୍ର ବସିବାକୁ ଯାଉଥିବା ଓଡ଼ିଶା ବିଧାନସଭାର ମୌସୁମି ଅଧିବେଶନରେ ସରକାରଙ୍କୁ ସଣ୍ଢୁଆଶୀ ଆକ୍ରମଣ ପାଇଁ ବିରୋଧୀଙ୍କ ପାଖରେ ଅନେକ ପ୍ରସଙ୍ଗ ରହିଛି। ସେଗୁଡ଼ିକ ମଧ୍ୟରୁ ଏମ୍‌ଏମ୍‌ଡିଆର ସଂଶୋଧନ ବିଧେୟକକୁ ନେଇ ବିଧାନସଭା ହୁଲସ୍ତୁଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏମ୍‌ଏମ୍‌ଡିଆର…

    Continue reading
    politics for mmdr ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

    ଭୁବନେଶ୍ୱର: ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ ରାଜ୍ୟର ରାଜସ୍ୱ ଉପରେ ଗଭୀର ପ୍ରଭାବ ପଡ଼ିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ତେଣୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ