ସଂଗଠିତ ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୦୫।୨୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ରାଜ୍ୟ ପ୍ରଶାସନ, ପୋଲିସ ଉଚ୍ଚ ପଦାଧିକାରୀ ଏବଂ ଜିଲ୍ଲାପାଳ ଓ ଏସ୍.ପିମାନଙ୍କ ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ସମୀକ୍ଷାରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ଜନସାଧାରଣଙ୍କ ବିଶ୍ୱାସଭାଜନ ହେବା ପାଇଁ ପରାମର୍ଶ ଦେଇ କହିଛନ୍ତି ଯେ, ରାଜ୍ୟ ପୋଲିସ ଏଭଳି ପଦକ୍ଷେପ ନେଉ ଯାହାଦ୍ୱାରା ପୋଲିସ ସାଧାରଣ ଲୋକଙ୍କ ବିଶ୍ୱାସଭାଜନ ହେବା ସହିତ ଅପରାଧୀମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରିପାରିବ। କ୍ରାଇମ୍‌ ମ୍ୟାପିଙ୍ଗ୍, ଗୁଇନ୍ଦା ତଥ୍ୟ, ସମ୍ପୂର୍ଣ୍ଣ ଭାବେ କଡାକଡ଼ି ପାଟ୍ରୋଲିଙ୍ଗ୍, ଆଗୁଆ ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜିଲ୍ଲା ସ୍ତରରେ ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀମାନେ ମିଳିତ ଭାବେ ଗୋଟିଏ ଟିମ୍ ଭାବେ କାମ କରିବା ଆବଶ୍ୟକ । ପୋଲିସ ସହିତ ଜିଲ୍ଲାର ଅନ୍ୟ ପ୍ରଶାସନିକ ଅଧିକାରୀ ମାନଙ୍କ ମଧ୍ୟରେ ସମନ୍ୱୟ ରହିଲେ ଅପରାଧ ନିୟନ୍ତ୍ରଣରେ ଅଧିକ ସଫଳତା ଆସିପାରିବ। ଯେ କୌଣସି ଅପରାଧିକ କାର୍ଯ୍ୟକଳାପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ପୋଲିସ ପ୍ରଶାସନ ପାଇଁ ଖୁବ୍ ସହାୟକ ହୋଇପାରିବେ। ବିଭିନ୍ନ ଯୋଜନା ଓ ପ୍ରକଳ୍ପର ସଫଳତା ପାଇଁ ଯେପରି ଟିମ୍‌ ସ୍ପିରିଟ୍‌ରେ କାମ କରାଯାଉଛି, ସେହିଭଳି ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ମଧ୍ୟ ଟିମ୍‌ ସ୍ପିରିଟ୍ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୋଲିସ ସମ୍ପୂର୍ଣ୍ଣ ଭାବେ ଆଗୁଆ ପଦକ୍ଷେପ ବା Pro Active Action ନେବା ଅତ୍ୟନ୍ତ ଜରୁରୀ । ବିଭିନ୍ନ ଅଞ୍ଚଳର ଅପରାଧ ସମ୍ପର୍କରେ ତଥ୍ୟ ସଂଗ୍ରହ କରି କ୍ରାଇମ୍‌ ମ୍ୟାପିଙ୍ଗ୍ କରିବା ଜରୁରୀ । ଏହା ସହିତ ଗୁଇନ୍ଦା ତଥ୍ୟ ସଂଗ୍ରହ ଉପରେ ମଧ୍ୟ ଗୁରୁତ୍ୱ ଦେବା ଆବଶ୍ୟକ । ସାଧାରଣ ଲୋକଙ୍କ ସହିତ ବନ୍ଧୁ ଭଳି ସୁ-ସମ୍ପର୍କ ରକ୍ଷା କରିପାରିଲେ ପୋଲିସକୁ ସୂଚନା ମିଳିବାରେ ସହାୟତା ମିଳିପାରିବ । ଏହାଦ୍ୱାରା ପୋଲିସକୁ ମଧ୍ୟ ଅନେକ ସ୍ଥଳରେ ଆଗୁଆ ପଦକ୍ଷେପ ନେବା ପାଇଁ ସୁବିଧା ହେବ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ