ସଚିବମାନଙ୍କୁ ନିର୍ଦ୍ଦେଶ :ଦୁଇ ମାସରେ ଦୁଇ ଦିନ ନିଶ୍ଚିତ ଜିଲ୍ଲା ଗସ୍ତରେ ଯିବେ

ଭୁବନେଶ୍ୱର, ୦୫/୦୨ : ଆଇଏଏସ୍‌ ବାବୁମାନେ ଦୁଇ ମାସରେ ଦୁଇ ଦିନ ନିଶ୍ଚିତ ଜିଲ୍ଲା ଗସ୍ତରେ ଯିବେ । ପଞ୍ଚାୟତକୁ ଯାଇ ସରକାରୀ ଯୋଜନା ଓ କାର୍ୟ୍ୟକ୍ରମର ଅନୁଧ୍ୟାନ କରିବେ । ସ୍କୁଲରେ ମଧ୍ୟାହ୍ନଭୋଜନ ହେଉ ଅବା ଆହାର କେନ୍ଦ୍ରରେ ନିଶ୍ଚୟ ଖାଇବେ । ଖାଦ୍ୟର ମାନ ପରଖିବେ । ରାତି କାଟିବେ । ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କରି ହିତାଧିକାରୀଙ୍କ ସହ ଖୋଲା ଆଲୋଚନା କରିବେ । ଭଲମନ୍ଦ ପଚାରି ବୁଝିବେ । ସରକାରଙ୍କ ପକ୍ଷରୁ ସଚିବମାନଙ୍କୁ ଏମିତି ଜାରି ହୋଇଛି ନିର୍ଦ୍ଦେଶ ।

ନୂଆ ସରକାର ଆସିବା ପରେ ଶାସନ ବ୍ୟବସ୍ଥାକୁ ଲୋକାଭିମୁଖୀ କରିବାକୁ ବିଭାଗୀୟ ସଚିବମାନେ ଜିଲ୍ଲା ଗସ୍ତରେ ଯିବାକୁ ନିଷ୍ପତ୍ତି ହେଲା । ଏପରିକି ମନ୍ତ୍ରୀମାନଙ୍କୁ ମଧ୍ୟ ଦୁଇଟି ଲେଖାଏଁ ଜିଲ୍ଲାର ଦାୟିତ୍ୱ ଦିଆଗଲା । ମାତ୍ର ସରକାରୀ ନିର୍ଦ୍ଦେଶ କାଟୁ କଲାନି । ଅଧିକାଂଶ ଜିଲ୍ଲାକୁ ବାବୁମାନେ ଆଦୌ ଯାଇନାହାନ୍ତି । ଏହା ଗଣମାଧ୍ୟମରେ ଚର୍ଚ୍ଚା ପରେ ଏବେ ଉନ୍ନୟନ କମିଶନର ପୁଣି ଜାରି କରିଛନ୍ତି ନିର୍ଦ୍ଦେଶନାମା । ବିଭାଗୀୟ ବାବୁମାନେ ପଞ୍ଚାୟତକୁ ଯିବେ । ଯୋଜନାର ତଦାରଖ କରିବେ । ଅପହଞ୍ଚ ଓ ଆଦିବାସୀ ଅଞ୍ଚଳକୁ ଯାଇ ବିକାଶ କାମ କେଉଁଠି ପହଞ୍ଚିଛି, ତାକୁ ଦେଖିବେ । ସରକାରୀ ଯୋଜନାରେ ଲୋକେ ମୌଳିକ ସୁବିଧା ପାଉଛନ୍ତି ନା’ ବଞ୍ଚିତ ଅଛନ୍ତି, ପଚାରି ବୁଝିବେ । ଅନାଥାଶ୍ରମ କିମ୍ବା ଆହାର କେନ୍ଦ୍ରରେ ବାବୁ ମଧ୍ୟାହ୍ନଭୋଜନ ଖାଇବେ । ଯାଞ୍ଚ କରିବେ ଖାଦ୍ୟର ଗୁଣବତ୍ତା । ପରିଷ୍କାର, ପରିଚ୍ଛନ୍ନତା ଓ ସୁରକ୍ଷା ଦିଗକୁ ପରଖିବେ । କାର୍ୟ୍ୟକାରୀ ହେଉଥିବା ଯୋଜନାର ଟିକିନିଖି ସମୀକ୍ଷା ହେବ । ଅଭିଯୋଗ ଶୁଣାଣିରେ କେତେ ସମାଧାନ ହୋଇଛି ତାହାକୁ ମଧ୍ୟ ଯାଞ୍ଚ କରିବେ ସଚିବ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ