ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ cji ଦାୟୀ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ଶିବସେନା (ଉଦ୍ଧବ ଠାକରେ, UBT) ନେତା ସଞ୍ଜୟ ରାଉତ ବିସ୍ଫୋରକ ବୟାନ ଦେଇଛନ୍ତି। ମହାବିକାଶ ଅଘାଡି ଦଳର ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଦାୟୀ ବୋଲି ସେ ଦାବି କରିଛନ୍ତି।
ବିଧାନସଭା ନିର୍ବାଚନରେ ବିଜେପିର ନେତୃତ୍ୱାଧୀନ ଶାସକ ଏନଡିଏ ମିଳିତ ମଞ୍ଚ (ମହାୟୁତି) ୨୩୫ଟି ଆସନ ସହ ବଡ଼ ବିଜୟ ହାସଲ କରି ଥିବାବେଳେ ବିରୋଧୀ ମହାବିକାଶ ଅଘାଡି ମାତ୍ର ୪୯ଟି ଆସନ ପାଇଛନ୍ତି। ସେହିପରି ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ମାତ୍ର 20ଟି ସିଟ୍ ପାଇ ଥିବାବେଳେ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନା ୫୭ଟି ଆସନରେ ବିଜୟୀ ହୋଇଛି।
ଏହି ଫଳାଫଳକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ସଞ୍ଜୟ ରାଉତ। EVMକୁ ଦାୟୀ କରିବା ସହ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ବିରୁଦ୍ଧରେ ମଧ୍ୟ ସଙ୍ଗୀନ ଅଭିଯୋଗ ଆଣିଛନ୍ତି, ତାହା ପୁଣି ବିନା କୌଣସି ପ୍ରମାଣରେ।

ଫଳାଫଳ ପ୍ରକାଶ ପାଇବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସଞ୍ଜୟ ରାଉତ କହିଛନ୍ତି, “ନିର୍ବାଚନ ପ୍ରକ୍ରିୟାର ପୁନଃମୂଲ୍ୟାଙ୍କନ କରିବାକୁ ମୁଁ ଆହ୍ୱାନ କରୁଛି। ବାଲାଟ୍ ପେପରରେ ନିର୍ବାଚନ କରନ୍ତୁ, ତା ପରେ ସମାନ ରେଜଲ୍ଟ କରି ଦେଖାନ୍ତୁ।”

ଏହାପରେ ସେ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଆକ୍ଷେପ କରି କହିଥିଲେ, “ମହାରାଷ୍ଟ୍ରରେ ଘଟିଥିବା ଏସବୁ ଘଟଣା ପାଇଁ ଚନ୍ଦ୍ରଚୂଡ଼ ଦାୟୀ।” କିନ୍ତୁ ଏପରି ସଙ୍ଗୀନ ଅଭିଯୋଗ ଉପରେ ସେ କୌଣସି ବିସ୍ତୃତ ବିବରଣୀ ଦେଇନାହାନ୍ତି ସଞ୍ଜୟ ରାଉତ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ