ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୧ ଜୀବନ

ନୂଆଦିଲ୍ଲୀ : ୟୁପି ଓ ମହାରାଷ୍ଟ୍ରରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୧ ଜୀବନ । ମହାରାଷ୍ଟ୍ର ଅମରାବତୀ ଜିଲ୍ଲାର ସମୃଦ୍ଧି ରାଜପଥରେ ଏକ ଦ୍ରୁତଗାମୀ ଟ୍ରକ୍ ଏକ ପିକଅପ୍ ଭ୍ୟାନ୍ କୁ ପଛପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ସାତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ ଗୁରୁତର ଆହତ ହୋଇଛନ୍ତି । କିଛି ଲୋକ ଏକ ପିକଅପ୍ ରେ ଦେବୀ ଦୁର୍ଗାଙ୍କ ମୂର୍ତ୍ତି ନେଇ ଯାଉଥିଲେ । ପିକଅପ୍ ରେ ଲାଗିଥିବା ଟ୍ରଲିକୁ ପଛରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କା ଦେଇଥିଲା । ଧକ୍କା ଏତେ ଜୋରରେ ଥିଲା ଯେ ଟ୍ରଲିଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଯାଇଥିଲା । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ଟ୍ରକ୍ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ୱାର୍ଦ୍ଧାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସେହିପରି ଉତ୍ତର ପ୍ରଦେଶର ଅମ୍ବେଡକରନଗର ଜିଲ୍ଲାସ୍ଥିତ ଗୋରଖପୁର ଲିଙ୍କ୍ ଏକ୍ସପ୍ରେସୱେରେ ଅମ୍ବରପୁର ଟୋଲ୍ ପ୍ଲାଜା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଆଜି ସକାଳେ ଦିଲ୍ଲୀରୁ ବିହାରର ଦରଭଙ୍ଗା ଯାଉଥିବା ଏକ ଭୋଲଭୋ ଏସି ବସ୍ ଓଭରଟେକ୍ କରିବା ସମୟରେ ଆଗରେ ଯାଉଥିବା ଏକ ଟ୍ରେଲର୍ ସହ ଭୟଙ୍କର ଭାବେ ପିଟି ହୋଇଯାଇଥିଲା । ଧକ୍କା ଏତେ ଶକ୍ତ ଥିଲା ଯେ ବସ୍ ର ବାମ ପାଖ ସମ୍ପୂର୍ଣ୍ଣ ଭାଙ୍ଗି ଚୁରମାର୍ ହୋଇଯାଇଥିଲା। ଘଟଣାସ୍ଥଳରେ ହିଁ ୪ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଜୈତପୁର ପୋଲିସ ଓ ଉଦ୍ଧାରକାରୀ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି ।.

  • Related Posts

    ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବଜାୟ ରଖିଲା ଡିଫେଣ୍ଡିଂ ଚାମ୍ପିଅନ୍‌ ଭାରତ

    ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବଜାୟ ରଖିଲା ଡିଫେଣ୍ଡିଂ ଚାମ୍ପିଅନ୍‌ ଭାରତ। ଆଜି ଫାଇନାଲରେ ମାଲେସିଆକୁ ୫-୧ରେ ହରାଇ ସ୍ୱର୍ଣ୍ଣ ପଦକ ଜିତିଛି ଭାରତୀୟ ପୁରୁଷ ହକି ଦଳ। ଏହା ସହ ଲସ୍‌ ଆଞ୍ଜେଲସ୍ ଅଲିମ୍ପିକ୍ସ ପାଇଁ…

    Continue reading
    ଇପିଏଫ୍ଓ: କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    ନୂଆଦିଲ୍ଲୀ: ସେପ୍ଟେମ୍ବର ୧୭ରେ କେନ୍ଦ୍ର ସରକାର କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ (ଇପିଏଫ୍ଓ)ର ମାସିକ ବେତନ ସୀମାକୁ ୧୫ ହଜାରରୁ ୨୫ ହଜାରକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ଦେଶରେ ୧ କୋଟିରୁ ଊଦ୍ଧ୍ୱର୍ ଲୋକ ସାମାଜିକ ସୁରକ୍ଷା ପରିସରଭୁକ୍ତ ହେବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ