ସନ୍ତୃପ୍ତ ମିଶ୍ର, ଦତ୍ତେଶ୍ୱର ହୋତା ବିଜେଡିର ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ଶନିବାର ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ଏନେଇ ବିଧିବଦ୍ଧଭାବେ ଘୋଷଣା କରିଛନ୍ତି । ତେବେ ବିଜେଡି ପକ୍ଷରୁ ଦୁଇ ଜଣଙ୍କ ନାମ ଘୋଷଣା କରାଯାଇଛି । ସେମାନେ ହେଲେ ଡ. ସନ୍ତୃପ୍ତ ମିଶ୍ର ଓ ଡ, ଦତ୍ତେଶ୍ୱର ହୋତା ।
ନବୀନ ପଟ୍ଟନାୟକ କହିଛନ୍ତି ଯେ ଡ. ସନ୍ତୃପ୍ତ ମିଶ୍ର ହେଉଛନ୍ତି ଆମର ଦଳୀୟ ପ୍ରାର୍ଥୀ । ସେହିପରି ଡ ଦତ୍ତେଶ୍ୱର ହୋତା କମନ କ୍ୟାଣ୍ଡିଡେଟ ବୋଲି ନବୀନ କହିଛନ୍ତି ।
ଡ ସନ୍ତୃପ୍ତ ମିଶ୍ର ଚଳିତ ନିର୍ବାଚନରେ କଟକରୁ ସାଂସଦ ପ୍ରାର୍ଥୀଭାବେ ବିଜେଡି ଟିକେଟରେ ଲଢ଼ିଥିଲେ । ସେହିପରି ଦତ୍ତେଶ୍ୱର ହୋତା ହେଉଛନ୍ତି ଜଣେ ବିଶିଷ୍ଟ ୟୁରୋଲୋଜି ଡାକ୍ତର । ବିଜେଡି ଆଜି ତୃତୀୟ ପ୍ରାର୍ଥୀଭାବେ ଡ. ମିଶ୍ରଙ୍କୁ ଓ ଚତୁର୍ଥ କ୍ୟାଣ୍ଡିଡେଟଭାବେ ଡ. ହୋତାଙ୍କ ନାମ ଘୋଷଣା କରିଛି । ଦତ୍ତେଶ୍ଵରଙ୍କୁ ସବୁ ଦଳ ସମର୍ଥନ କରନ୍ତୁ ବୋଲି କହିଛନ୍ତି ନବୀନ। ତେବେ ଡାକ୍ତର ଦତ୍ତେଶ୍ବର ହୋତା ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ଥିଲେ । ୟୁରୋଲୋଜି କ୍ଷେତ୍ରରେ ତାଙ୍କର ୪୦ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି। କଟକ ଏସସିବି ମେଡିକାଲର ୟୁରୋଲୋଜି ବିଭାଗର ସେ ମୁଖ୍ୟ ଥିଲେ।

କାହାକୁ କେଉଁ ଦଳ କରିବ ପ୍ରାର୍ଥୀ, କିଏ ସଂସଦର ଉଚ୍ଚସଦନକୁ ଯିବାକୁ ପାଇବ ଟିକେଟ, ତାକୁ ନେଇ ରାଜ୍ୟବାସୀ ଓ ରାଜନୀତିରେ ରୂଚି ରଖୁଥିବା ବ୍ୟକ୍ତିବିଶେଷଙ୍କ ଠାରେ ଥିଲା ଉତ୍କଣ୍ଠା । ଏସବୁ ଭିତରେ ନବୀନ ନିବାସରେ ପ୍ରାର୍ଥୀ ନେଇ ଚାଲି ଥିଲା ଅଙ୍କକଷା । ନବୀନ ନିବାସରେ ଡାକ୍ତର ଦତ୍ତେଶ୍ବର ହୋତା ପହଞ୍ଚିବା ପରେ ବଢ଼ିଥିଲା ଚର୍ଚ୍ଚା । ସଂତୃପ୍ତ ମିଶ୍ର ବି ନବୀନ ନିବାସରେ ଥିଲେ । କାହାକୁ ରାଜ୍ୟସଭା ପାଇଁ ଟିକେଟ୍‌ ମିଳିବ ତାକୁ ନେଇ ଥିଲା ଅପେକ୍ଷା । ଶାସକ ଦଳ ବିଜେପି ଓ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ପକ୍ଷରୁ ଚାଲିଥିଲା ଜୋରଦାର କସରତ, ତିନି ଦଳରେ ଘନଘନ ଚାଲିଥିଲା ମାନସମନ୍ଥନ । ଏସବୁ ଭିତରେ ଆଜି ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା କରିଛି ।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ