ସପ୍ତାହେ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା !

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ସପ୍ତାହେ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ବାୟୁମଣ୍ଡଳ ଉପରି ଭାଗରେ ଜଳୀୟବାଷ୍ପ ଏବଂ ତାପମାତ୍ରା ଅଧିକ ରହିବା ହେତୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବାରିପଦା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ବଲାଙ୍ଗିର ଆଦି କିଛି ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଦୁଇଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ବାଲେଶ୍ବର, ଯାଜପୁର, ଭଦ୍ରକ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲାଗୁଡ଼ିକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋୱାର୍ଣ୍ଣିଂ ଜାରି କରିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ