ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ପାଳିତ

ଭୁବନେଶ୍ୱର,: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି) କ୍ୟାମ୍ପସ୍‌-୧ର ଶିଶୁ ସ୍ୱାସ୍ଥ୍ୟ ନର୍ସିଂ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ୨୦୨୬ ପରିପ୍ରେକ୍ଷୀରେ ଅଗଷ୍ଟ ୬ ଓ ୭ ତାରିଖ ଦୁଇ ଦିନ ଧରି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ “ବ୍ରେଷ୍ଟଫିଡିଂ ଫର ଏ ସଷ୍ଟେନେବଲ ଷ୍ଟାର୍ଟ ଇନ୍ ଲାଇଫ୍‌: ଷ୍ଟ୍ରେନ୍‌ଦେନ୍ ହ୍ୱାଟ ୱାର୍କ୍ସ” କୁ ଆଧାର କରି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
କାର୍ଯ୍ୟକ୍ରମର ପ୍ରଥମ ଦିନ ଅଗଷ୍ଟ ୬ ତାରିଖରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ଅନ୍ତର୍ଗତ ଶିଶୁରୋଗ ବିଭାଗର ଓପିଡିରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ମା’ ଓ ଶିଶୁମାନଙ୍କର ଯତ୍ନ ନେଉଥିବା ନର୍ସମାନଙ୍କୁ ସ୍ତନ୍ୟପାନର ଗୁରୁତ୍ୱ ଓ ଲାଭ ସଂପର୍କରେ ସଚେତନ କରାଯାଇଥିଲା ।
ଦ୍ୱିତୀୟ ଦିନରେ ସମ୍ ନର୍ସିଂ କଲେଜରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସ୍‌ଏନ୍‌ସି କ୍ୟାମ୍ପସ୍‌-୧ର ଡିନ୍ ପ୍ରଫେସର (ଡାକ୍ତର) ସସ୍ମିତା ଦାସ ସ୍ୱାଗତ ଭାଷଣ ଦେଇଥିବାବେଳେ ଶିଶୁ ସ୍ୱାସ୍ଥ୍ୟ ନର୍ସିଂ ବିଭାଗର ଅସୋସିଏଟ୍ ପ୍ରଫେସର ଶ୍ରୀମତୀ ରୁବି ପ୍ରଧାନ ପ୍ରସଙ୍ଗ ସଂପର୍କରେ ବିସ୍ତୃତ ଆଲୋକପାତ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସୋଆର ଉପଦେଷ୍ଟା ତଥା ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଅରଖିତ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (ଶିଶୁ ସ୍ୱାସ୍ଥ୍ୟ) ଡାକ୍ତର ଆଦିତ୍ୟ ମହାପାତ୍ର ଏବଂ ଭୁବନେଶ୍ୱର ଏମ୍ସର ଶିଶୁରୋଗ ବିଭାଗର ମୁଖ୍ୟ ତଥା ପ୍ରଫେସର ଡାକ୍ତର ସମରେନ୍ଦ୍ର ମହାପାତ୍ର, ଯୋଗ ଦେଇଥିଲେ । ଏସ୍‌ଏନ୍‌ସିର ନିର୍ଦ୍ଦେଶକ ପ୍ରଫେସର ପ୍ରଭାତୀ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ । ଶିଶୁ ନର୍ସିଂ ବିଭାଗର ଅସିଷ୍ଟାଂଟ ପ୍ରଫେସର ଶ୍ରୀମତୀ ମନିଷା ପ୍ରହରାଜ ଧନ୍ୟବାଦ ଅର୍ପଣ କରିଥିଲେ ।
କାର୍ଯ୍ୟକ୍ରମର ପରର୍ବତୀ ପର୍ଯ୍ୟାୟରେ ଶିଶୁରୋଗ ଓ ନବଜାତ ଶିଶୁରୋଗ ବିଭାଗର ବିଶେଷଜ୍ଞମାନେ ଯୋଗ ଦେଇ ନିଜର ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ