ସମ୍ ହସ୍ପିଟାଲରେ ୫ମ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

ଭୁବନେଶ୍ୱର: ଅଙ୍ଗଦାନ କରି ଅମର ହେଲେ ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ ଅନ୍ତର୍ଗତ ବରଦା ଗାଁର ୪୩ ବର୍ଷୀୟ ବବଲୁ ଧଳ । ଗତ ସେପ୍ଟେମ୍ବର ୧୮ ତାରିଖ ଦିନ କଟକ ଟାଙ୍ଗି ନିକଟରେ ସଡ଼କ ଦୁର୍ଘଟଣାର ଆହତ ହୋଇଥିବା ବବଲୁଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତୁ୍ୟ ହେବା ପରେ ତାଙ୍କର ପରିବାର ୨ଟି ଯକୃତ ଓ ବୃକକ୍ ଦାନ କରି ଅନ୍ୟ ତିନି ଜଣଙ୍କ ମୁହଁରେ ହସ ଫୁଟାଇଛନ୍ତି ।
ରାସ୍ତା ଦୁର୍ଘଟଣାର ଶିକାର ହୋଇଥିବା ବବଲୁଙ୍କୁ ପ୍ରଥମେ କଟକ ଏସସିବି ମେଡିକାଲ୍ କଲେଜ ହସ୍ପିଟାଲରେ ଏବଂ ପରେ ଭୁବନେଶ୍ୱର ଆଇଏମ୍ଏସଆଣ୍ଡ ସମ୍ ହସ୍ପିଟାଲରେ ସେପ୍ଟେମ୍ବର ୨୦ ତାରିଖ ଦିନ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ବବଲୁଙ୍କୁ ଗତ ୨୨ ତାରିଖ ଦିନ ବ୍ରେନ୍ ଡେଡ୍ ଘୋଷଣା କରାଯାଇଥିଲା । ପରେ ବବଲୁଙ୍କ ପରିବାର ତାଙ୍କ ଅଙ୍ଗଦାନ କରିବାର ନିଷ୍ପତି ନେଇଥିଲେ ।
ଏ ନେଇ ଷ୍ଟେଟ୍ ଅର୍ଗାନ୍ ଆଣ୍ଡ ଟିସୁ୍ୟ ଟ୍ରାନ୍ସପ୍ଲାଂଟ ଅର୍ଗାନାଇଜେସନ୍ (ସୋଟୋ) ଏବଂ ସମ୍ ହସ୍ପିଟାଲ୍ର ମିଳିତ ଉଦ୍ୟମରେ ଅଙ୍ଗଦାନ ପ୍ରକି୍ରୟା ଆରମ୍ଭ ହୋଇଥିଲା ।
ବବଲୁଙ୍କ ଦୁଇଟି ଯକୃତ ମଧ୍ୟରୁ ଗୋଟିଏ କଟକ ଏସ୍ସିବି ମେଡିକାଲ କଲେଜ ହସ୍ପିଟାଲ ଏବଂ ଅନ୍ୟଟି ଏମ୍ସକୁ ପଠାଇଯାଇଥିବା ବେଳେ ବୃକକ୍ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଗ୍ରୀନ୍ କରିଡର ପ୍ରସ୍ତୁତ କରି ପଠାଯାଇଥିଲା ।
ସମ ହସ୍ପିଟାଲ୍ରେ ଏହା ୫ମ ଅଙ୍ଗଦାନ ପ୍ରକ୍ରିୟା ବୋଲି ହସ୍ପିଟାଲ୍ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଛନ୍ତି ।
ସେହିପରି ବୁଧବାର ସମ ହସ୍ପିଟାଲ୍ ପରିସରରେ ବବଲୁଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଏହି ଅବସରରେ ହସ୍ପିଟାଲ୍ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଗ୍ୟାଷ୍ଟ୍ରୋ ସର୍ଜରୀ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଜ୍ୟୋର୍ତିମୟ ଜେନା, ଡିଜିଏମ୍ ଅପରେସନ୍ସ ଶ୍ରୀମତି ପୁଷ୍ପାଞ୍ଜଳୀ ରାଉତ, ଡେପୁଟି ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି କାବେରୀ ରାଣୀ ସାହୁ ଓ ତାଙ୍କ ଟିମ୍, ଜୁନିୟର ହସ୍ପିଟାଲ୍ ଆଡମିନିଷ୍ଟ୍ରେଟର ଶ୍ରୀ ସାଗର ପାଇକରାୟ ଓ ଶ୍ରୀ ସରୋଜ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।

Related Posts

‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

Continue reading
ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ