ସମ୍ବିଧାନ ବିତର୍କରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।
ସବୁ ସଦସ୍ୟ ମତ ରଖି ସାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପକ୍ଷ ରଖିବେ। ସେ ଡିସେମ୍ବର ୧୪ରେ ସମ୍ବିଧାନ ବିତର୍କରେ ଭାଗ ନେଇ ଜବାବ ରଖିବେ ବୋଲି ଜଣାପଡ଼ିଛି।
ସମ୍ବିଧାନ ଉପରେ ବିତର୍କ ୧୩ ଓ ୧୪ ଦୁଇ ଦିନ ଧରି ଲୋକସଭାରେ ଓ ଡିସେମ୍ବର ୧୬ ଓ ୧୭ରେ ରାଜ୍ୟସଭାରେ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ମୋଦି ଲୋକସଭାରେ ମତ ରଖିବାକୁ ଯାଉଥିବା ବେଳେ ରାଜ୍ୟସଭାରେ ବିତର୍କର ନେତୃତ୍ୱ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନେବେ। ସେ ଡିସେମ୍ବର ୧୬ରେ ରାଜ୍ୟସଭାରେ ନିଜର ପକ୍ଷ ରଖିବେ।

ନଭେମ୍ବର ୨୫ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା। ତେବେ ସମ୍ବିଧାନକୁ ନେଇ ବିତର୍କ ଦାବିରେ ବାରମ୍ବାର ହଟ୍ଟଗୋଳ ଓ ଗୃହ ମୁଲତବୀ ହୋଇଥିଲା। ଯାହାକୁ ନେଇ ଡିସେମ୍ବର ୨ରେ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି ଓମ୍ ବିର୍ଲା। ଏହି ବୈଠକରେ ସମ୍ବିଧାନ ଉପରେ ବିତର୍କ ପାଇଁ ସବୁ ଦଳର ସଦସ୍ୟ ସହମତି ପ୍ରକାଶ କରିଥିଲେ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ