ସମ୍ବିଧାନ ସଂଶୋଧନ ବିଲ ଆଗତ

ନୂଆଦିଲ୍ଲୀ: ଲୋକସଭାରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ସମ୍ବିଧାନ ସଂଶୋଧନ ବିଲ ଆଗତ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ବିଲ ଆଗତ କରିଛନ୍ତି । ଏହି ବିଲ ଅନୁଯାୟୀ ସଙ୍ଗୀନ ଅପରାଧ ମାମଲାରେ ଗିରଫ ହେଲେ ପଦ ଯିବ । ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କ କ୍ଷେତ୍ରରେ ଏହା ଲାଗୁ ହେବ । ଏପରିକି ୩୦ ଦିନ ଧରି ଜେଲରେ ରହିଲେ ଇସ୍ତଫା ଦେବାକୁ ପଡ଼ିବ । ଇସ୍ତଫା ଦେବେ ନଚେତ ତାଙ୍କ ପଦ ରଦ୍ଧ ହୋଇଯିବ ।

ଦାଗୀ ନେତାଙ୍କୁ ନିସ୍ତାର ନାହିଁ । ଏଣିକି ନେତା ହୁଅନ୍ତୁ କି ମନ୍ତ୍ରୀ ଅବା ହୁଅନ୍ତୁ ମୁଖ୍ୟମନ୍ତ୍ରୀ କି ପ୍ରଧାନମନ୍ତ୍ରୀ । ଅପରାଧରେ ଲିପ୍ତ ଥିଲେ କିମ୍ବା ଅପରାଧିକ ମାମଲାରେ ମାସେରୁ ଅଧିକ ଜେଲ ଯାଇଥିଲେ ସେମାନଙ୍କୁ ନିସ୍ତାର ଦିଆଯିବନି । ଜେଲରେ ଥିଲେ ବି ସେମାନଙ୍କ ପଦ ସେମିତି ସୁରକ୍ଷିତ ରହିବନି । ଏଣିକି ଜେଲରେ ମାସେରୁ ଅଧିକ ରହିଲେ ସେମାନଙ୍କ ପଦବୀ ବିପଦରେ ପଡିବ । ସେମାନଙ୍କୁ ସେମାନଙ୍କ ପଦ ହରାଇବାକୁ ପଡ଼ିବ । ଆଉ ଦାଗୀ ନେତାଙ୍କ ପିଠିରେ ଚାବୁକ ପଡିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା ।

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ହୁଅନ୍ତୁ କି କୌଣସି ବି ନେତା, ୩୦ ଦିନରୁ ଅଧିକ ଜେଲ୍‌ରେ ରହିଲେ ଯିବ ସେମାନଙ୍କ ଆସନ । ଯଦି ନେତା ୩୦ରୁ ଦିନ ଅଧିକ ଜେଲ୍‌ରେ ରୁହନ୍ତି କିମ୍ବା ସେମାନଙ୍କୁ ଅତି କମ୍‌ରେ ୫ ବର୍ଷ ଜେଲ୍‌ ଦଣ୍ଡ ହୁଏ, ତାହାଲେ ସେହି ନେତାଙ୍କୁ ତାଙ୍କ ପଦରୁ ବହିସ୍କାର କରାଯିବ ।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ