ସରକାରଙ୍କୁ ବସ୍ ଭଡ଼ା ବୃଦ୍ଧି ନିମନ୍ତେ ୧୦ଦିନ ମହଲତ୍ ଦେଲା ଘରୋଇ ବସ୍ ମାଲିକ ସଂଘ

ରାଜ୍ୟରେ ତୈଳ ଦର ବୃଦ୍ଧି ପାଇବା ପରେ ବସଭଡ଼ା ବୃଦ୍ଧି ପାଇଁ ଘରୋଇ ବସ୍ ମାଲିକ ସଂଘ ଦାବି କରିଛି। ବସଭଡ଼ା ନବଢ଼ିଲେ ରାସ୍ତାରେ କୌଣସି ଘରୋଇ ବସ୍ ଗଡ଼ିବ ନାହିଁ ବୋଲି ସଂଘ କହିବା ସହ ରାଜ୍ୟ ସରକାରଙ୍କୁ ଭଡ଼ା ବୃଦ୍ଧି ନିମନ୍ତେ ୧୦ଦିନ ମହଲତ୍ ଦେଇଛି।
ବସଭଡ଼ା ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ନୀରବତାକୁ ଦୃଷ୍ଟିରେ ରଖି ପୁଣିଥରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ ଜିଲ୍ଲାରୁ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ଗତ ସୋମବାର ଦାବିପତ୍ର ଦିଆଯାଇଥିଲେ ମଧ୍ୟ ସପ୍ତାହେ ଯାଏଁ ସରକାର କୌଣସି ପଦକ୍ଷେପ ନେଇନଥିବାରୁ ସଂଘ ଏବେ ନିଜର ଆନ୍ଦୋଳନକୁ ଜୋରଦାର କରିବ ବୋଲି ଚେତାବନୀ ଦେଇଛି। ଆଜିର ଏହି ଜରୁରୀ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବିସ୍ତୃତ ଅଲୋଚନା କରାଯିବା ସହ ସରକାରଙ୍କୁ ଦାବି ପୂରଣ ପାଇଁ ୧୦ ଦିନର ମହଲତ୍ ଦିଆଯାଇଛି। ଯଦି ଏହି ସମୟସୀମା ମଧ୍ୟରେ ସରକାର କୌଣସି ନିଷ୍ପତ୍ତି ନନିଅନ୍ତି, ତେବେ ସଂଘ ଧର୍ମଘଟକୁ ଓହ୍ଲାଇବ ଓ ରାଜ୍ୟରେ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ ବୋଲି କହିଛନ୍ତି।

ବୈଠକ ପରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ନାଥ ସାହୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସରକାରଙ୍କୁ ଦାବି ପୂରଣ ପାଇଁ ୧୦ ଦିନର ମହଲତ ବସ୍ ମାଲିକ ସଂଘ ଦେଇଛି। ଦାବି ପୂରଣ ନହେଲେ ଧର୍ମଘଟକୁ ଓହ୍ଲାଇବ ସଂଘ। ବସ୍ ରାସ୍ତାରେ ଗଡିବ ନାହିଁଁ ବୋଲି ସେ କହିଛନ୍ତି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ