ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୧୫୨ ପଦବୀକୁ ମଞ୍ଜୁରୀ

ଭୁବନେଶ୍ଵର : ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ନିମନ୍ତେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ତରଫରୁ ୧୫୨ଟି ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର ,ସିନିୟର ରେସିଡେଣ୍ଟ ପଦବୀ ଗୁଡିକ ବିଭିନ୍ନ ସରକାରୀ ମେଡିକାଲ କଲେଜ ପାଇଁ ଅନୁମୋଦିତ ହୋଇଛି । ଏସବୁ ପଦବୀ ସୁପର ସ୍ପେଶିଆଲିଟି ବିଭାଗ ଅନ୍ତର୍ଗତ ।
ମଞ୍ଜୁର ପଦବୀ ଗୁଡିକ ମଧ୍ୟରେ ଭୁବନେଶ୍ଵର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ , ପ୍ଲାଷ୍ଟିକ ସର୍ଜରୀ ବିଭାଗ, ବୃକକ ଚିକିତ୍ସା ବିଭାଗ, ହୃତପିଣ୍ଡ ଓ ରକ୍ତନଳୀ ଶଲ୍ୟ ଚିକିତ୍ସା ବିଭାଗ,କୋରାପୁଟ ସ୍ଥିତ ସହିଦ ଲକ୍ଷଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ, ପ୍ଲାଷ୍ଟିକ ସର୍ଜରୀ ବିଭାଗ, ବୃକକ ଚିକିତ୍ସା ବିଭାଗ,ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ, ପ୍ଲାଷ୍ଟିକ ସର୍ଜରୀ ବିଭାଗ, ବୃକକ ଚିକିତ୍ସା ବିଭାଗ, ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ, ପ୍ଲାଷ୍ଟିକ ସର୍ଜରୀ ବିଭାଗ, ବୃକକ ଚିକିତ୍ସା ବିଭାଗ, ବାଲେଶ୍ଵର ସ୍ଥିତ ଫକୀରମୋହନ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ, ପ୍ଲାଷ୍ଟିକ ସର୍ଜରୀ ବିଭାଗ, ବୃକକ ଚିକିତ୍ସା ବିଭାଗ, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଏବଂ ହସ୍ପିଟାଲର ରକ୍ତ ଚିକିତ୍ସା ବିଭାଗ, ବୁର୍ଲ୍ଲା ସ୍ଥିତ ଭୀମସାର ହୃତପିଣ୍ଡ ଓ ରକ୍ତନଳୀ ଶଲ୍ୟ ଚିକିତ୍ସା ବିଭାଗ, ଶଲ୍ୟ ଗ୍ୟାଷ୍ଟ୍ରଏଣ୍ଟ୍ରୋଲୋଜୀ ବିଭାଗ, କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ଓ ରକ୍ତନଳୀ ଶଲ୍ୟ ଚିକିତ୍ସା, ତାଳଚେର ସ୍ଥିତ ପବିତ୍ରମୋହନ ପ୍ରଧାନ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ , ପ୍ଲାଷ୍ଟିକ ସର୍ଜରୀ ବିଭାଗ, ପୁରୀ ସ୍ଥିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୃତପିଣ୍ଡ ବିଜ୍ଞାନ ବିଭାଗ,ସ୍ନାୟୁ ବିଜ୍ଞାନ ବିଭାଗ,ସ୍ନାୟୁ ଶଲ୍ୟ ଚିକିତ୍ସା ବିଭାଗ, ପ୍ଲାଷ୍ଟିକ ସର୍ଜରୀର ସମସ୍ତ ବିଭାଗରେ ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର ,ସିନିୟର ରେସିଡେଣ୍ଟ ପଦବୀ ମଞ୍ଜୁର ହୋଇଛି । ଏହି ନିଯୁକ୍ତି ମାଧ୍ୟମରେ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟ ଓ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ଉନ୍ନତମାନର ଚିକିତ୍ସା ଆହୁରି ସହଜ ହେବ ।

ଏହି ଅନୁମୋଦନ ପରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ କହିଛନ୍ତି ଯେ “ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ସ୍ଵାସ୍ଥ୍ୟ ସେବା ଆଗେଇବା ସହ ଗୁଣବତ୍ତା ଚିକିତ୍ସା ଯୋଗାଇବାରେ ବିଭାଗ ଅଧିକ ସଫଳ ହେବ । ରାଜ୍ୟ ସରକାର ସର୍ବଦା ଲୋକଙ୍କୁ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରତିବଦ୍ଧ । ସରକାରଙ୍କ ଏହି ପଦକ୍ଷେପ ଗ୍ରହଣ ଫଳରେ ଆଗାମୀ ଦିନରେ ମାନବ ସମ୍ବଳ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟସେବା ଶିଖର ଛୁଇଁବ ବୋଲି ଆଶା ପ୍ରକାଶ କରିଛନ୍ତି ।

ସୂଚନା ଅନୁସାରେ, ଗତ ଦୁଇବର୍ଷ ମଧ୍ୟରେ ବିଭାଗରେ ୫୧୯୭ ମେଡିକାଲ ଅଫିସର ଓ ପାରାମେଡିକ୍ସ ଷ୍ଟାଫ ନିଯୁକ୍ତି ହୋଇଛନ୍ତି । ସେହିପରି ୫୯୮୯ ନର୍ସିଙ୍ଗ ଅଫିସର ଏବଂ ୨୪୦ ରେଡିଓଗ୍ରାଫର ନିଯୁକ୍ତି ପାଇଁ ଅନୁମୋଦନ, ୧୧୦୮ ଫାର୍ମାସିଷ୍ଟ ଅଧିକାରୀ, ୨୩୮ ଅପଥାଲମିକ ଅଧିକାରୀ , ୩୮୦ ମେଡିକାଲ ଲ୍ୟାବ ଟେକନିସିଆନ ପଦବୀ ଅନୁମୋଦନ ମିଳିଛି ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ