
ଦେବଗଡ଼:ଦେବଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ମାତୃ କର୍ମଶାଳା ଅନୁଷ୍ଡିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପରମାନନ୍ଦ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କର୍ମଶାଳାରେ ଜ଼ିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ପ୍ରଶିକ୍ଷିକା ନିବେଦିତା ବେହେରା ମୁଖ୍ୟଅତିଥି,ବିଦ୍ୟାଳୟର ବିଦ୍ୟୁତ ପରିଷଦ ସଭାପତି ଅଶୋକ ମିଶ୍ର,ସମାଜସେବୀ ସୁରଭି ନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ।ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣା କର୍ମଶାଳାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶିଶୁ ବାଟିକା ପ୍ରମୁଖ ତଥା ଆଚାର୍ଯ୍ୟା ପ୍ରମୁଖ ଶ୍ରୀମତୀ ମାମିନୀ ବାରିକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବିଦ୍ୟାଳୟର ସମ୍ପାଦକ ହୃଦାନନ୍ଦ ଖୁଣ୍ଟିଆ ଧନ୍ୟବାଦ ଦେଇଥିଲେ।ଗୀତାରାଣୀ ପ୍ରଧାନ ବୌଦ୍ଧିକ ପରିଚାଳନା କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ।








