ସର୍ଦ୍ଦାର ପଟେଲଙ୍କ ଦୃଢ଼ ସଙ୍କଳ୍ପ, ଦୃଷ୍ଟିକୋଣ ବଳରେ ଆମେ ଆଜି ଭାରତକୁ ‘ଏକ’ ଦେଖୁଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଭିନ୍ନତାରେ ଏକତା ହେଉଛି ଭାରତର ଆତ୍ମା ଓ ଶକ୍ତି। ଜାତି, ଧର୍ମ, ଭାଷା, ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ — ଏହି ଆତ୍ମବୋଧ ଆମକୁ ଏକଜୁଟ ରଖେ ଓ ଦେଶକୁ ଶକ୍ତିଶାଳୀ କରେ। ସର୍ଦ୍ଦାର ପଟେଲ ଏକ ଏମିତି ମହାନ ନେତା ଥିଲେ, ଯିଏ ଶତାଧିକ ରାଜା ରଜୁଡାଙ୍କୁ ଏକତା ସୁତ୍ରରେ ବାନ୍ଧି ଏକ ଅଖଣ୍ଡ ଭାରତ ଗଢିଥିଲେ।ସର୍ଦ୍ଦାର ପଟେଲଙ୍କ ଦୃଢ଼ ସଙ୍କଳ୍ପ, ଦୃଷ୍ଟିକୋଣ ବଳରେ ଆମେ ଆଜି ଭାରତ କୁ ‘ଏକ’ ଦେଖୁଛୁ ବୋଲି ସେ କହିଥିଲେ ।ସର୍ଦ୍ଦାର ପଟେଲଙ୍କ ଅବଦାନକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ଯେ ଆମେ ସମସ୍ତେ ମିଳିମିଶି, ସଂଘବଦ୍ଧ ଭାବେ କାମ କଲେ ଖୁବ ଶୀଘ୍ର ଆମେ ବିକଶିତ ଭାରତର ସ୍ଵପ୍ନକୁ ସାକାର କରିପାରିବା। ଏହି ଦୌଡ଼ ହେଉଛି ସେହି ଏକତା, ସମନ୍ୱୟ ଓ ଦେଶପ୍ରେମର ପ୍ରତୀକ। ୨୦୧୪ ମସିହାରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ “ରନ୍ ଫର ୟୁନିଟି” କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ, ଏବଂ ୨୦୧୮ ମସିହାରେ ଗୁଜରାଟର କେଭାଡିଆ ଠାରେ ସର୍ଦ୍ଦାର ପଟେଲଙ୍କ ୧୮୨ ମିଟର ଉଚ୍ଚ “Statue of Unity” ଅନାବରଣ ହୋଇଥିଲା — ଯାହା ବିଶ୍ୱର ସର୍ବବୃହତ୍ ପ୍ରତିମା ଭାବେ ଭାରତୀୟ ଗୌରବର ପ୍ରତୀକ ହୋଇଉଠିଛି ବୋଲି ସେ କହିଥିଲେ।

ସେ ଆହୁରି କହିଥିଲେ ଯେ ଏହି ଦୌଡ଼ ଆମକୁ ମନେପକାଇ ଦେଉଛି ଯେ ଏକଜୁଟ ରହିବା ହେଉଛି ଆମର ସାମୂହିକ ଇଚ୍ଛା ଓ ଆମର ଶକ୍ତି। ସର୍ଦ୍ଦାର ପଟେଲଙ୍କ ଜୀବନରୁ ପ୍ରେରିତ ହୋଇ ଆମେ ଭାଇଚାରା, ଶାନ୍ତି ଓ ସମୃଦ୍ଧିର ବନ୍ଧନକୁ ସୁଦୃଢ଼ କରିବା ଓ ସମୃଦ୍ଧ ଓଡ଼ିଶା ଏବଂ ବିକଶିତ ଭାରତ ଗଢିବା ପାଇଁ ଏକଜୁଟ ହେବା ଆବଶ୍ୟକ।ଏହି ଅବସରରେ କ୍ରୀଡା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ଏହି ଦୌଡ଼ ମାଧ୍ୟମରେ ଆମେ ଏକତା, ସମନ୍ୱୟ ଓ ଦେଶପ୍ରେମର ଭାବନାକୁ ଜାଗ୍ରତ କରିବା ଓ ଏକ ସଶକ୍ତ ଭାରତ ଗଢିବାରେ ନିରନ୍ତର ଅଗ୍ରସର ହେବା ଆମ ସମସ୍ତଙ୍କ ଦାୟିତ୍ୱ। ପରିଶେଷରେ ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଜାଦବ ଧନ୍ୟବାଦ ଦେଇଥିଲେ।
ସୂଚନା ଯୋଗ୍ୟଯେ ଏହି ଗଣଦୌଡ଼, କଳିଙ୍ଗ ଷ୍ଟାଡିଅମରୁ ଆରମ୍ଭ ହୋଇ ପାୱାର ହାଉସ ଛକ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା। ରନ ଫର ୟୁନିଟି କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀ, ଛାତ୍ରଛାତ୍ରୀ, ଖେଳାଳି ଓ ସାହସ୍ରାଧିକ ନାଗରିକ ଅଂଶଗ୍ରହଣ କରିଥିଲେ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ