ସର୍ବଦଳୀୟ ବୈଠକ:ସବୁ ଦଳର ସହଯୋଗ ଲୋଡ଼ିଲେ ବାଚସ୍ପତି

ଭୁବନେଶ୍ୱର: ସପ୍ତଦଶ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତାକାଲି ଅର୍ଥାତ ବୁଧବାର ଠାରୁ ଆରମ୍ଭ ହେବାକୁ ଯାଉଛି । ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ଲମ୍ବା ଥିବାବେଳେ ବିରୋଧୀଙ୍କ ହାତରେ ପୁଳାପୁଳା ପ୍ରସଙ୍ଗ ରହିଛି । ତେବେ ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ଅନୁରୂପ ରଣନୀତି ପ୍ରସ୍ତୁତ କରିଛନ୍ତି । ଏହାକୁ ଦେଖିଲେ ଶୀତ ଅଧିବେଶନ ବେଶ୍ ଉଷ୍ମ ହେବାକୁ ଯାଉଛି । ତେଣେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସୁରୁଖୁରୁରେ ଅଧିବେଶନକୁ ପରିଚାଳନା ପାଇଁ ବାଚସ୍ପତି ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଅପରପକ୍ଷରେ ବିଧାନସଭାରେ ମୁକାବିଲା ପାଇଁ ସବୁ ଦଳ ଭିନ୍ନ ଭିନ୍ନ ବୈଠକ କରି ରଣନୀତି ପ୍ରସ୍ତୁତ କରିଛନ୍ତି ।
ମଙ୍ଗଳବାର ବିଧାନସଭା ପରିସରରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଉପବାଚସ୍ପତି ଭବାନୀଶଙ୍କର ଭୋଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଜେଡି ବିଧାୟକ ପ୍ରତାପ ଦେବ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟ ଦିବସଗୁଡ଼ିକୁ କିଭଳି ବିନା ବାଧାରେ ପରିଚାଳନା କରାଯିବ, ଜନସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ କିଭଳି ଅର୍ଥପୂର୍ଣ୍ଣ ଆଲୋଚନା ହେବ ଏବଂ ଶାସକ ଓ ବିରୋଧୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ଗୃହର ଗରିମା ବଜାୟ ରଖାଯିବ ସେନେଇ ବୈଠକରେ ଆଲୋଚନା କରାଯାଇଥିଲା । ତେବେ ବିଧାନସଭାର ଏହି ଶୀତ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାସ୍ପତି ଶ୍ରୀମତୀ ପାଢ଼ୀ ସବୁ ଦଳର ସହଯୋଗ ଲୋଡ଼ିଥିଲେ ।

  • Related Posts

    ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ

    ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆସିଛି ଅତିରିକ୍ତ ବଜେଟ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ କରିଛନ୍ତି। ଅତିରିକ୍ତ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ…

    Continue reading
    ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆର୍‌ଡିସି

    ଇନ୍ଦ୍ରଗଡ଼ ପଞ୍ଚାୟତ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ଘଟିଥିବା ବ୍ୟାପକ କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସହ ଆଗାମୀ ବାତ୍ୟା ଆକଭନ ର ପ୍ରସ୍ତୁତ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !