ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

ଭୁବନେଶ୍ୱର : ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ।

ଆଜି ପ୍ରେସ ବାର୍ତ୍ତା ମାଧ୍ୟମରେ ଶ୍ରୀ ଯୁକ୍ତ ଦାସ କହିଛନ୍ତି କି ବଳଙ୍ଗା ପୀଡିତାଙ୍କ ଘଟଣା ଆଜିକୁ ଦୁଇ ସପ୍ତାହ ହେଲା। ଶେଷରେ ତାଙ୍କ ମୃତ୍ୟୁ ହେଲା । ଶନିବାର ଘଟଣା ଘଟିଥିଲା ଏବଂ ଆଜି ସେଇ ଶନିବାର ତାର ମୃତ୍ୟୁ ହେଲା। ଦୀର୍ଘ ୧୫ ଦିନ ହେଲା ଏତେ ବଡ଼ ଚର୍ଚ୍ଚିତ ଘଟଣାର ଅଭିଯୁକ୍ତଙ୍କୁ ଆଧୁନିକ ଯୁଗରେ ପୁଲିସ ଧରି ପାରିଲା ନାହିଁ । ଏଥରୁ ପୁଲିସ ବିଭାଗ କେମିତି ଚାଲିଛି ତାହା ଅନୁମେୟ। ପୀଡ଼ିତାଙ୍କ ବୟାନ ପୁଲିସ ବ ରେକର୍ଡ କରିଛି କିନ୍ତୁ ଲୋକ ଲୋଚନକୁ ଅଣାଯାଉ ନାହିଁ । ଗୋଟିଏ ଗୋଟିଏ ଘଟଣା କେମିତି ଚପାଇ ଦିଆଯାଉଛି ତାହା ସ୍ପଷ୍ଟ ଜଣାପଡ଼ୁଛି। ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦରକାର। ଯଦି ସାତଦିନ ଭିତରେ ପୀଡ଼ିତାଙ୍କୁ ନ୍ୟାୟ ନ ମିଳିଲା ତେବେ ଆମେ ଧରିନେବୁ ସରକାର ପୁଲିସ ବିଭାଗ ଚଳାଇ ପାରୁ ନାହାନ୍ତି । ଆମେ ଡିଜିପି ଅଫିସ ଘେରାଉ କରିବୁ ବୋଲି ଆଜି ଘୋଷଣା କରିଛନ୍ତି ଶ୍ରୀଯୁକ୍ତ ଦାସ।

ଏଫ୍ ଏମ୍ ଛାତ୍ରୀ ପୋଡ଼ି ଘଟଣାରେ ପେଟ୍ରୋଲ କିଏ ଆଣିଲା,ମ୍ୟାଚିସ କିଏ ଦେଲା ଏବଂ କେଉଁମାନେ ଉପସ୍ଥିତ ଥିଲେ କ୍ରାଇମ୍ ବ୍ରାଞ୍ଚ ରିପୋର୍ଟ ଆସିଲା କିନ୍ତୁ ଅପରାଧୀ ମାନେ ଏ ପର୍ୟ୍ୟନ୍ତ ଧରାହେଇ ନାହାନ୍ତି। ସରକାର ସବୁ କ୍ଷେତ୍ରରେ ନିଜେ ଅପରାଧ କଲା ଭଳିଆ ବ୍ୟବହାର କାହିଁକି କରୁଛି ? ଚୋରଙ୍କୁ ନ ଧରି ଚୋରଙ୍କ ଭଳିଆ ହେଉଛି କାହିଁକି ? ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀଯୁକ୍ତ ଦାସ।ଏଭଳି ଦୁର୍ବଳ ପ୍ରଶାସନ ଆମେ କେବେ ଦେଖି ନ ଥିଲୁ, ଆମର ଦୁର୍ଭାଗ୍ୟ ଏଭଳି ଏକ ସରକାର ଆମେ ପାଇଛୁ । ଦୀର୍ଘ ଦିନ ବିତି ଯାଇଥିଲେ ସୁଦ୍ଧା ପୁଲିସ ଅପରାଧୀ ଧରିବାରେ ବିଫଳ । ସରକାରଙ୍କ ଉପରେ ରାଜ୍ୟବାସୀଙ୍କ ସନ୍ଦେହ ଆସିଲାଣି ।କୌଣସି ଷଡ଼ଯନ୍ତ୍ର ଥିବା ଭଳି ଲାଗୁଛି। ଅନ୍ୟ ସାଧାରଣ କେସ ଯେପରି ପୋଲିସ ତତ୍ପରତା ଦେଖାଉଛି।ଏଫ୍ ଏମ୍ କଲେଜ ଏବଂ ବଲଙ୍ଗା କେସ ରେ କାହିଁକି ତତ୍ପରତା ଦେଖାଇଲାନି। ବଳଙ୍ଗା ଛାତ୍ରୀ ଘଟଣା ଉପ ମୁଖ୍ୟମନ୍ତ୍ରୀଙ୍କ ନିଜ ଅଞ୍ଚଳରେ ଘଟିଛି।ଏଭଳି ଅପରାଧୀ ମାନଙ୍କୁ ବାରମ୍ବାର ଛାଡୁଛନ୍ତି ବା ଘଣ୍ଟ ଘୋଡାଉଛନ୍ତି।ତେଣୁ ନାରୀ ଅତ୍ୟାଚାର ବଢ଼ିଚାଲିଛି।ତାହାର ସୀମା ନାହିଁ।ବିଶ୍ଵ ଦରବାରରେ ଆପଣ ଲଜ୍ଜିତ ହେଲେଣି।ଦେଶରେ ଆପଣ ଲଜ୍ଜିତ ହେଲେଣି । ସର୍ବୋଚ୍ଚ ନ୍ୟାୟାଳୟ ଅନୁଭବ କଲା କିନ୍ତୁ ଆପଣ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଲଜ୍ଜିତ ଅନୁଭବ କଲେ ନାହିଁ ବୋଲି ଶ୍ରୀ ଯୁକ୍ତ ଦାସ କ୍ଷଭୋ ପ୍ରକାଶ କରିଛନ୍ତି। ବୟାନ ପରେ ବୟାନ ନେଲେ କିଏ ଦେଖିଛି। ଦିନକ ପୂର୍ବରୁ ବୟାନ ଦେଇଥିବା ଛାତ୍ରୀ କିପରି ମୃତ୍ୟୁ ବରଣ କରିବ। ଏଥିରେ ସନ୍ଦେଶ ଜାତ ହେଉଛି। ଯଦି ବୟାନ ରେକର୍ଡ କରିଛନ୍ତି ତେବେ ଲୋକ ଲୋଚନକୁ ଆଣନ୍ତୁ। ଯଦି ଦୋଷିମାନଙ୍କୁ ବଞ୍ଚାଇବା ପାଇଁ ବୟାନ ରେକର୍ଡ କରାଯାଉଛି ତେବେ ଏହା ଅକ୍ଷମଣୀୟ ଅପରାଧ ବୋଲି ଶ୍ରୀଯୁକ୍ତ ଦାସ କହିଛନ୍ତି।

ମହିଳାଙ୍କୁ ବଞ୍ଚାଇବା ପାଇଁ,ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଆମେ ବିରୋଧୀଦଳ ଭାବେ ଯେତେ ଚିତ୍କାର କରିଛୁ କେହି କରିନାହାନ୍ତି। ଆମେ ଅସହାୟ ଅଛୁ। ଆମର ତ ନବୀନ ବାବୁଙ୍କ ଦଳ ଭଳିଆ ୫୧ ବିଧାୟକ ନାହାନ୍ତି। ଆମର ୫୧ ବିଧାୟକ ଥିଲେ ସ୍ଵତନ୍ତ୍ର ଅଧିବେଶନ ଡାକି ଏମାନଙ୍କୁ ବାହାର ରାସ୍ତା ଦେଖେଇ ଦେଇଥାତ୍ନୁ। ନ୍ୟାୟ ଦେବାର ଆବଶ୍ୟକତା ଅଛି।ଆମେ ମହିଳାଙ୍କୁ ନ୍ୟାୟ ଦେବା ଆପ୍ରାଣ ଉଦ୍ୟମ କରୁଛୁ। ତେଣୁ ସାତ ଦିନ ଭିତରେ ନ୍ୟାୟ ନ ମିଳିଲେ ଡିଜିପି ଅଫିସ ଘେରାଉ କରିବୁ ବୋଲି ଶ୍ରୀ ଦାସ ଘୋଷଣା କରିଛନ୍ତି।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    କଂଗ୍ରେସର ଦାବି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇସ୍ତଫା ଦିଅନ୍ତୁ

    ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବାରୁ ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇସ୍ତଫା ଦିଅନ୍ତୁ ବୋଲି ପ୍ରଦେଶ କଂଗ୍ରେସ କମିଟି ଦାବି କରିଛି। ଶନିବାର ପୂର୍ବାହ୍ନରେ କଂଗ୍ରେସ ଭବନଠାରେ ମିଡ଼ିଆ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ