ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍‌ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫ୍ଆଇଆର୍ ମଧ୍ୟ ଦାଏର୍ ହୋଇଛି। ଅଭିଯୋଗ ସ୍ଥାନୀୟ କୃଷକମାନେ ଜଣାଇବା ପରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସମେତ ବ୍ଲକ କୃଷି ଅଧିକାରୀ, ଫର୍ଟିଲାଇଜ଼ର ଇନ୍ସପେକ୍ଟର ସମ୍ପୃକ୍ତ ପାକ୍ସରେ ପହଞ୍ଚିଥିଲେ । କିର୍ମିରା ପାକ୍ସର ସୋସାଇଟି ସେକ୍ରେଟାରୀ ଏଥିରେ ଲିପ୍ତ ଥିବା ଜଣାପଡ଼ିଛି । ସେ ୨୬ ଗୋଟି ବ୍ୟାଗ ୟୁରିଆ ସାର ବେଆଇନ ଭାବେ ବିକ୍ରି କରୁଥିବା ଜଣାପଡ଼ିଛି । ତହସିଲଦାରଙ୍କ ଉପସ୍ଥିତିରେ ସମ୍ପାଦକ ଙ୍କ ବିରୋଧରେ ଏକ ଏତଲା ପୋଲିସରେ ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ସାରା ରାଜ୍ୟରେ ପ୍ରବର୍ତ୍ତନ କାର୍ୟ୍ୟ (ଏନଫୋର୍ସମେଣ୍ଟ) ଜାରି ରହିଛି । ସରକାରଙ୍କ ତରଫରୁ କଳାବଜାରୀ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଚାଷୀଙ୍କୁ ଉଚିତ ମୂଲ୍ୟରେ ସାର ଯୋଗାଇଦେବାକୁ କୃଷି ବିଭାଗ ସଂକଳ୍ପବଦ୍ଧ।

  • Related Posts

    ବାଣୀବିହାର କ୍ୟାମ୍ପସରେ ଚେୟାର ଫିଙ୍ଗାଫିଙ୍ଗି ଓ ଭଙ୍ଗାରୁଜା

    ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଉତ୍ତେଜନା। ହ୍ୱାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପୂର୍ବରୁ ମୁହାଁମୁହିଁ ହୋଇଛନ୍ତି ABVP ଓ BCJD ପ୍ରାର୍ଥୀ। କ୍ୟାମ୍ପସ ଅଡିଟୋରିୟମରେ ଚେୟାର ଫିଙ୍ଗାଫିଙ୍ଗି ଓ ଭଙ୍ଗାରୁଜାକୁ ନେଇ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ…

    Continue reading
    ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

    ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ