ସିନେମା ମାଧ୍ୟମରେ ମହିଳା ସଶକ୍ତିକରଣ ସଚେତନତା

ଭୁବନେଶ୍ୱର: ସିନେମା ହେଉଛି ସମାଜର ପ୍ରତିଛବି। ସିନେମାର କାହାଣୀ ଦର୍ଶକଙ୍କ ଚିନ୍ତାଧାରା ଓ ଭାବନାକୁ ଦୃଢ଼ ଭାବରେ ପ୍ରଭାବିତ କରିଥାଏ। ମହିଳା ସଶକ୍ତିକରଣ ପ୍ରତି ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଜି ସନ୍ଧ୍ୟାରେ ମହିଳା ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଓ ଓଡିଶା ସଚିବାଳୟ ସଂଘର ସହଯୋଗରେ ରାଜ୍ୟସ୍ତରୀୟ ଚଳଚ୍ଚିତ୍ର ପ୍ରଦର୍ଶନ କାର୍ୟ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ବହୁ ପୁରସ୍କାରପ୍ରାପ୍ତ ମହିଳା ସଶକ୍ତିକରଣ ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର “ଲାପତା ଲେଡ଼ିଜ” ପ୍ରଦର୍ଶିତ କରାଯାଇଥିଲା। କାର୍ୟ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ସମେତ ବିଭାଗୀୟ ଅଧିକାରୀବୃନ୍ଦ ଓ ଓଡିଶା ସଚିବାଳୟ ସଂଘର ଅଧକ୍ଷ ଶ୍ରୀ ବିବେକାନନ୍ଦ ସାମଲ ଯୋଗ ଦେଇଥିଲେ। ପ୍ରତି ମାସର ତୃତୀୟ ଶନିବାରରେ ଏହି ଭଳି ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତିକରଣ ଉପରେ ଆଧାରିତ ଚଳଚ୍ଚିତ୍ର ପ୍ରଦର୍ଶିତ କରାଯିବ ବୋଲି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।କାର୍ୟ୍ୟକ୍ରମରେ ଲୋକସେବା ଭବନର ବିଭିନ୍ନ ବିଭାଗରେ କାର୍ୟ୍ୟରତ ୪୫୦ ଜଣ କର୍ମଚାରୀବୃନ୍ଦ ଅଂଶଗ୍ରହଣ କରିଥିଲେ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ