ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ୟ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି। ଏହାସହିତ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଛନ୍ତି। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ୟ୍ୟନ୍ତ ଛୁଟି ମାଗିଥିଲେ,ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ୟ୍ୟରେ ଯୋଗ ଦେବାକୁ କହିଛନ୍ତି ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ