ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ରାଇକିଆ: ଭାରତ ସରକାରଙ୍କ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅବସରରେ ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଏକ ଭବ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ରାଇକିଆ ସହର ପରିକ୍ରମା କରିଥିଲେ।ରାଇକିଆ ତହସିଲଦାର ଶ୍ରୀ ବରିଆଲ ମୁର୍ମୁ ଶୋଭାଯାତ୍ରାକୁ ଉଦ୍‌ଘାଟନ କରି ଛାତ୍ରଛାତ୍ରୀଙ୍କୁ ଦେଶର ପ୍ରଗତି ପାଇଁ ସତ୍ୟନିଷ୍ଠ, ଦାୟିତ୍ୱବାନ ଓ ସଚେତନ ନାଗରିକ ହେବାକୁ ଆହ୍ୱାନ ଦେଇଥିଲେ। ସେ ସ୍ୱାଧୀନତାର ମହତ୍ତ୍ୱ ଓ ଜାତୀୟ ପତାକାର ଗୌରବ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ।ମହାବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ସ୍ୱାଧୀନତା ସଂଗ୍ରାମର ଇତିହାସ ଓ ଦେଶ ପାଇଁ ସଂଗ୍ରାମୀମାନଙ୍କ ତ୍ୟାଗ ସମ୍ପର୍କରେ ଆଲୋକପାତ କରିଥିଲେ। ଶୋଭାଯାତ୍ରା ମାଧ୍ୟମରେ ଦେଶପ୍ରେମ, ଜାତୀୟ ଏକତା, ଅଖଣ୍ଡତା ଓ ଦେଶ ପ୍ରତି କର୍ତ୍ତବ୍ୟବୋଧର ବାର୍ତ୍ତା ପ୍ରଚାର କରାଯାଇଥିଲା।ରାଇକିଆ ଥାନା ଭାରପ୍ରାପ୍ତ ଅଧିକାରୀ ଏ. ସ୍ୱର୍ଣ୍ଣଲତା ପାତ୍ର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଅଧିକାରୀଦ୍ୱୟ ଛାତ୍ରଛାତ୍ରୀଙ୍କ ଦେଶପ୍ରେମ ଓ ଜାତୀୟ ଏକତାର ଭାବନାକୁ ପ୍ରଶଂସା କରିଥିଲେ।ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଅଣଶିକ୍ଷକ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ରାଇକିଆ ପୋଲିସ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ ସହ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯାଇଥିଲା।

ରିପୋର୍ଟର: ଦ୍ୟୁତି କୃଷ୍ଣ ପଣ୍ଡା

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ