ସୁବର୍ଣ୍ଣରେଖାରେ ଛୋଟରୁ ମଧ୍ୟମ ଓ ବୈତରଣୀରେ ଛୋଟ ଧରଣର ବନ୍ୟା

ଭୁବନେଶ୍ବର : ସୁବର୍ଣ୍ଣରେଖାରେ ଛୋଟରୁ ମଧ୍ୟମ ଓ ବୈତରଣୀରେ ଛୋଟ ଧରଣରେ ବନ୍ୟା ହୋଇଛି । ଏ ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବିଗତ କିଛି ଦିନରୁ ଲଗାଣ ବର୍ଷା ହେଉଛି । ଗତ ୨୪ ଘଣ୍ଟାରେ ବୈତରଣୀ ବେସିନ କେନ୍ଦୁଝର ଓ ଝାଡ଼ଖଣ୍ଡରେ ୪୨.୫୭ ମିମି ବର୍ଷା ହୋଇଛି । ଉପର ବ୍ରାହ୍ମଣୀରେ ୩୫ ମିମି ବର୍ଷା ହୋଇଛି । ଉପର ମହାନଦୀରେ ୩୧ ମିମି ବର୍ଷା ହୋଇଛି । ଯାହା ପ୍ରଭାବରେ ବନ୍ୟା ଆସିବ ।

ସୁବର୍ଣ୍ଣରେଖା ଓ ବୈତରଣୀରେ ବନ୍ୟା ଚାଲିଛି । ବଂଶଧରା ଓ ବୁଢାବଳଙ୍ଗରେ ପାଣି ଅଧିକ ଥିଲେ ବି ତାହା କମିଯିବ । ବୈତରଣୀରେ ଶନିବାର ବର୍ଷା ହୋଇଛି, ବନ୍ୟା ହୋଇଛି ଏବଂ ଏହା ଆହୁରି ବଢିବ । ସୁବର୍ଣ୍ଣରେଖାରେ ବର୍ତ୍ତମାନ ରାଜଘାଟ ଠାରେ ବିପଦ ସଂକେତ ଉପରେ ଜଳ ପ୍ରବାହିତ ହେଉଛି । ବନ୍ୟା ପରିସ୍ଥିତି ଅଛି, ଏହା ଆହୁରି ବଢିବ । ଚଳିତ ବର୍ଷ ସୁବର୍ଣ୍ଣରେଖାରେ ପଞ୍ଚମ ବନ୍ୟା ହୋଇଛି ।

ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇ ଜଳସ୍ତର ବଢିଛି । ହୀରାକୁଦ ଜଳଭଣ୍ଡାରରେ ୬୨୧.୬୫ ଫୁଟ ପାଣି ଅଛି । ୧.୯୮ ଲକ୍ଷ ବନ୍ୟା ଜଳ ପ୍ରବେଶ କରୁଛି । ୮ଟି ଗେଟ୍ ଦେଇ ୧.୬୦ ଲକ୍ଷ ଜଳ ନିଷ୍କାସନ ହେଉଛି । ଶନିବାର ଉପର ମହାନଦୀରେ ୩୧.୩୩ ମିମି ବଡ଼ ବର୍ଷା ହୋଇଛି । ତେଣୁ ହୀରାକୁଦର ଆଉ ଚାରୋଟି ଗେଟ୍ ଖୋଲିବ । ସମୁଦାୟ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ