ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀରେ ଆସିବ ଟଙ୍କା

ଭୁବନେଶ୍ୱର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌ । ଆସନ୍ତା ଜାନୁଆରୀରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ପ୍ରଥମ ପର୍ୟ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପାଇବେ ବଣ୍ଡା ହିତାଧିକାରୀ । ଏନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ତେବେ ବର୍ତ୍ତମାନ ପର୍ୟ୍ୟନ୍ତ ପ୍ରଥମ ପର୍ୟ୍ୟାୟର ତିନୋଟି କିସ୍ତିରେ ୮୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଉପକୃତ ହୋଇଛନ୍ତି । ଆଗକୁ ଚତୁର୍ଥ ପର୍ୟ୍ୟାୟରେ ମୋଟ ୨୦ ଲକ୍ଷ ଆବେଦନକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବାକୁ ଲକ୍ଷ ରଖାଯାଇଛି । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଜମିକୁ ନେଇ କାଗଜପତ୍ର ଯାଞ୍ଚ ପରେ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ଯୋଜନାର ଲାଭ ଉଠାଇ ପାରିବେ ।
ବଣ୍ଡାଘାଟିର ସମସ୍ତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ସହାୟତା । କେହି ଜଣେ ହେଲେ ମହିଳା ଏଥିରୁ ବଞ୍ଚିତ ହେବେ ନାହିଁ । ବଣ୍ଡା ଘାଟିରେ ୧୨ ହଜାରରୁ ଉର୍ଦ୍ଧ୍ୱ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଥିବା ବେଳେ ଏପର୍ୟ୍ୟନ୍ତ ୯୦୦୦ ମହିଳା ଟଙ୍କା ପାଇଛନ୍ତି । ବଳକା ୩୦୦୦ ମହିଳା ଏପର୍ୟ୍ୟନ୍ତ ଟଙ୍କା ପାଇ ନାହାନ୍ତି । ସେମାନଙ୍କର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବା ପରେ ଟଙ୍କା ଆକାଉଣ୍ଟକୁ ପଠାଯିବ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଣ୍ଡା ଜନଜାତିଙ୍କୁ ଅଧିକ ୫୦ ହଜାର ଟଙ୍କା ଦିଆଯିବ । ଏଥିସହ ଆମାକୁଣ୍ଡ ଏବଂ ସୀତାକୁଣ୍ଡର ସାମଗ୍ରିକ ବିକାଶ କରାଯିବ । ଶୁକ୍ରବାର ଖଇରପୁଟ ବ୍ଲକର ମୁଦୁଲିପଡ଼ା ବଣ୍ଡାଘାଟି ଗସ୍ତ ଅବସରରେ ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ