ସୁସ୍ଥ ହୋଇଛନ୍ତି ମହାପ୍ରଭୁ:ଆଜି ରାଜପ୍ରାସାଦ ବିଜେ ନୀତି

ପୁରୀ: ରାଜବୈଦ୍ୟଙ୍କ ଦଶମୂଳ ଔଷଧ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଆଜି ମହାରାଜାଙ୍କୁ ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ଦେବେ ସେବାୟତ । ଆଜି ରାଜପ୍ରାସାଦ ବିଜେ ନୀତି । ଦ୍ଵାଦଶୀ ତିଥି ଅବସରରେ ଏହି ନୀତି ସମାପନ କରିବେ ଦଇତାପତି ସେବାୟତ ।
ଚଳିତ ବର୍ଷ ଦ୍ୱାଦଶୀ କ୍ଷୟ ରହିଛି । ଏଣୁ ତ୍ରୟୋଦଶୀ ତିଥି ରବିବାର ଶ୍ରୀମନ୍ଦିରରେ ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ । ଅଣସର ପରମ୍ପରା ମୁତାବକ ଏହି ଅବସରରେ ଠାକୁରେ ସୁସ୍ଥ ହୋଇଥିବା ଖବର ଶ୍ରୀନଅରରେ ପହଞ୍ଚିବ । ଘଣ୍ଟ, ଛତା ଓ କାହାଳିର ପଟୁଆରରେ ସେବକ ମାନେ ଯାତ୍ରା କରିବେ । ଆନୁଷ୍ଠାନିକ ଭାବେ ପତିମହାପାତ୍ର ଓ ଦଇତାପତି ସେବାୟତଙ୍କ ସହ ଦେଉଳ କରଣ ଶ୍ରୀନହରକୁ ଯାଇ ଗଜପତି ମହାରାଜାଙ୍କୁ ଏହା ଜଣାଇବେ । ଏହାକୁ ରାଜପ୍ରସାଦ ବିଜେ ନୀତି କୁହାଯାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ଧାର୍ଯ୍ୟ କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ଧାର୍ଯ୍ୟ ନୀତି ସମୟ ଅନୁସାରେ ପୂର୍ବାହ୍ଣ ସାଢ଼େ ୧୦ଟାରେ ରାଜପ୍ରସାଦ ବିଜେ ନୀତି ରହିଛି । ଏଥିସହ ଘଣାଲାଗି ନୀତି ମଧ୍ୟ ରହିଥିବା ସୂଚନା ରହିଛି । ବିଳମ୍ବିତ ରାତିରେ ଠାକୁରଙ୍କ ଘଣା ଲାଗି ନୀତି ହେବ ।

  • Related Posts

    ଦାଦନ ମୃତକଙ୍କ ପରିବାର ପାଖରେ ‘ସ୍ୱାକ୍‌’,ଅସହାୟ ପରିବାରକୁ ରାସନ, ପୋଷାକ ଓ ସହାୟତା ପ୍ରଦାନ

    ଘୁ.ଉଦୟଗିରି: ସ୍ୱାଧୀନତା ଦିବସ ଅବସରରେ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ‘ସୋସିଆଲ୍ ୱର୍କର୍ସ ଅଫ୍ କନ୍ଧମାଳ’ (ସ୍ୱାକ୍‌)। କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ସମୟରେ ଗତ ୯ ଅଗଷ୍ଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟିକାବାଲି ବ୍ଲକ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ