ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଞ୍ଜୟ କୁମାର ବିଶ୍ୱାଳ ଶନିବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷଠାରେ ଶ୍ରୀ ବିଶ୍ୱାଳଙ୍କୁ ଅତିରିକ୍ତ ସଚିବ ଅଶୋକ କୁମାର ବେହୁରିଆ, ଯୁଗ୍ମ ସଚିବ କଲାମୁଦ୍ଦିନ୍‌, ଅତିରିକ୍ତ ନିର୍ଦେଶକ ସ୍ମିତା କର, ଯୁଗ୍ମ ନିର୍ଦେଶକ ସୁଚେତା ପ୍ରିୟଦର୍ଶିନୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ପୂର୍ବତନ ନିର୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ତାଙ୍କର ନୂତନ କାର୍ଯ୍ୟଭାର ନେଇ ଶୁଭେଚ୍ଛା ଜଣାଇଥିଲେ।
ବିଭାଗର ଅନ୍ୟ ଅଧିକାରୀମାନେ ମଧ୍ୟ ଶ୍ରୀ ବିଶ୍ୱାଳଙ୍କୁ ସ୍ୱାଗତ ଜଣାଇଥିଲେ। ନିର୍ଦେଶକ ଶ୍ରୀ ବିଶ୍ୱାଳ ବିଭାଗୀୟ କାର୍ଯ୍ୟର ସୂଚାରୁ ସମ୍ପାଦନ ନିମନ୍ତେ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହଯୋଗ ଲୋଡ଼ିଥିଲେ। ସୂଚନାଯୋଗ୍ୟ, ଶ୍ରୀ ବିଶ୍ୱାଳ ପୂର୍ବରୁ ବାଣିଜ୍ୟ ଓ ପରିବହନ ବିଭାଗରେ ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ ଥିଲେ। ଓଡ଼ିଶା ରାଜ୍ୟ ପରିବହନ ନିଗମ, କ୍ରୁଟ୍‌ ସମେତ ବିଭିନ୍ନ ବିଭାଗରେ ସେ ଜଣେ ପ୍ରଶାସନିକ ଅଧିକାରୀ ଭାବେ ନିଜ ଦକ୍ଷତାର ପରିଚୟ ଦେଇଛନ୍ତି।

  • Related Posts

    ୭ ଦିନ ବଢ଼ିଲା ଧାନ ପଞ୍ଜିକରଣ ଅବଧି

    ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ଆହୁରି ସପ୍ତାହେ ବଢ଼ିଲା ଧାନ ପଞ୍ଜିକରଣ ଅବଧି। ଆଗଷ୍ଟ ୩୧ରେ ସରୁଥିବା ପଞ୍ଜିକରଣ ଅବଧି କୁ ୭ ଦିନ ଘୁଞ୍ଚାଇଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

    Continue reading
    ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲି ଭୁଏ

    ଭୁବନେଶ୍ୱର: ୧୩୭ ତମ ମନ୍‌ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବଡ଼ ବାର୍ତ୍ତା ଦେଇଛନ୍ତି । ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡେବ୍ରିଗଡ଼ରେ କେନ୍ଦୁପତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ