ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ଆଗକୁ ଉତ୍ତର ଆଣ୍ଡାମାନକୁ ଅଗ୍ରସର ହୋଇପାରେ। ଫଳରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବ ସେତେଟା ରହିବ ନାହିଁ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲଗାଣ କିମ୍ବା ବଡ଼ ବର୍ଷା ସମ୍ଭାବନା କମ୍ ରହିଛି। ଏନେଇ ଆଇଏମଡି ପକ୍ଷରୁ ଆକଳନ କରାଯାଇଛି। ମୁଖ୍ୟତଃ ଦଶହରାରେ ପାଗ ଶୁଖିଲା ରହିବ ।

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନପାରେ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିୟମିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ଅଛି । ଗଞ୍ଜାମରୁ ବାଲେଶ୍ୱର ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ଓ ପାଖ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇପାରେ । ଆକଳନ ଅନୁସାରେ, ଟ୍ରଫଲାଇନ ବା ପୂର୍ବପଟୁ ପବନ ପ୍ରବାହ ଯୋଗୁ ୧୩ ତାରିଖରୁ ଓଡ଼ିଶାରେ ପାଗ ବଦଳିପାରେ। ୧୩ ରାତିରୁ ୧୫ ତାରିଖ ରାତି କିମ୍ବା ୧୬ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ରହିପାରେ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ।
ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାର ଉପକୂଳ ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ପଶୁପାଳକଙ୍କ ଆକଳନ ଅନୁସାରେ ୧୩ ରେ ଲଘୁଚାପ ସୃଷ୍ଟି ହେବା ପରେ ୧୪ ରୁ ୧୬ ତାରିଖ ଭିତରେ ଏହା ଅଧିକ ସଂଗଠିତ ହୋଇ କେନ୍ଦ୍ରୀୟ କିମ୍ବା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିପାରେ । ୧୬ ତାରିଖ ବେଳକୁ ବର୍ଷାର ପରିମାଣ କମିବା ସହ ପାଗ ଶୁଖିଲା ରହିପାରେ ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ